Posted inଜାତୀୟ

ଭାଜପାରେ ଯୋଗଦେଲେ ମିଳିବ ୨୦-୨୫ କୋଟି ଟଙ୍କା: ଏଏପି ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୨୭।୩: ଭାଜପା ବିରୋଧରେ ଏକ ବଡ ଅଭିଯୋଗ ଆଣିଛି ଆମ ଆଦମୀ ପାର୍ଟି। ପଞ୍ଜାବରେ ତିନି ଜଣ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଏକ ସାମ୍ବାଦିକ ସମ୍ମିଳନୀ କରି ଭାଜପାରେ ଯୋଗଦେବା ବଦଳରେ ସେମାନଙ୍କୁ ୨୦-୨୫ କୋଟି ଟଙ୍କା ମିଳିବ ଆମକୁ କୁହାଯାଉଛି। କଲ କରୁଥିବା ବ୍ୟକ୍ତିଙ୍କ ନାମ ଏବଂ ନମ୍ବର ପ୍ରକାଶ କରାଯାଇଛି।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଆମ ଆଦମୀ ପାର୍ଟି ଦିଲ୍ଲୀର ବିଧାୟକଙ୍କୁ ଭାଙ୍ଗିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଥିଲା। ଏହି ପ୍ରସଙ୍ଗରେ ଭାଜପା ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିଥିଲା। ଏହା ପରେ ଦିଲ୍ଲୀ ପୋଲିସ ଏଏପିକୁ ନୋଟିସ ଜାରି କରିଥିଲା।
ଅନ୍ୟପକ୍ଷରେ ସାମ୍ବାଦିକ ସମ୍ମିଳନୀରେ ଏଏପି ବିଧାୟକ ଜଗଦୀପ କାମ୍ବୋଜ କହିଛନ୍ତି, ଯେଉଁଠାରେ ଏଏପି ସରକାର ଅଛି, ବିଧାୟକ କିଣିବା ପାଇଁ ଉଦ୍ୟମ କରାଯାଉଛି। ଏଏପି କର୍ମୀ, ବିଧାୟକ ଏବଂ ଏମ୍‌ପିଙ୍କୁ କିଣିବା ପାଇଁ ଭାଜପା ପକ୍ଷରୁ ପ୍ରୟାସ କରାଯାଉଛି। ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଏକ କଲ ଆସିଥିଲା। ସେଠାରୁ ଜଣେ ବ୍ୟକ୍ତି କହିଥିଲେ ଯେ ମୁଁ ସେବକ ସିଂ। ମୁଁ କହିଲି ଯେ ମୁଁ ବିଧାୟକ କହୁଛି। ସେ କହିଥିଲେ, ଭାଜପାରେ ଯୋଗଦେବା ପାଇଁ ଏକ ପ୍ରସ୍ତାବ ଅଛି। ଏହା ଏକ ଭଲ ଅଫର୍‌। ଯଦି ଆପଣଙ୍କର କୌଣସି ଡିମାଣ୍ଡ ଅଛି ତେବେ ଆମକୁ ଜଣାନ୍ତୁ । ଆମେ ଆପଣଙ୍କୁ ୨୦-୨୫ କୋଟି ଟଙ୍କା ଦେବୁ। ମୁଁ କହିଲି ଯେ ମୋର ଭାଜପାରେ ଯୋଗଦେବାର କୌଣସି ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri