Posted inଜାତୀୟ

ସଡକ ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲରେ ପହଞ୍ଚାଇଥିବା ବ୍ୟକ୍ତିଙ୍କୁ ମିଳିବ ୨ ହଜାର ଟଙ୍କା ପୁରସ୍କାର: ସରକାରଙ୍କ ବଡ଼ ଘୋଷଣା…

ଚଣ୍ଡିଗଡ,୭।୧୨ : ପଞ୍ଜାବରେ ଯେଉଁମାନେ ସଡ଼କ ଦୁର୍ଘଟଣାରେ ଆହତ ଲୋକଙ୍କୁ ଡାକ୍ତରଖାନାକୁ ନେଉଛନ୍ତି ସେମାନଙ୍କୁ ପୁରସ୍କାର ସ୍ବରୂପ ରାଜ୍ୟ ସରକାର ୨ ହଜାର ଟଙ୍କା ପ୍ରଦାନ କରିବେ। ଯଦି ସେ ନିଜେ ପ୍ରତ୍ୟକ୍ଷଦର୍ଶୀ ହେବାକୁ ଚାହାନ୍ତି ନାହିଁ ତେବେ ପୋଲିସ କିମ୍ବା ହସ୍ପିଟାଲ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ମଧ୍ୟ ପଚରାଉଚରା କରିବେ ନାହିଁ। ପଞ୍ଜାବ ସ୍ବାସ୍ଥ୍ୟମନ୍ତ୍ରୀ ଡ.ବାଲବୀର ସିଂ ଏହି ଘୋଷଣା କରିଛନ୍ତି।

ଅର୍ଥମନ୍ତ୍ରୀ ହରପାଲ ସିଂ ଖେମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ସ୍ବାସ୍ଥ୍ୟ ଓ ଚିକିତ୍ସା ଶିକ୍ଷା ବିଭାଗର ବିକାଶମୂଳକ ପ୍ରକଳ୍ପର ସମୀକ୍ଷା କରିବାକୁ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ ଫରିସ୍ତେ ଯୋଜନା ଆରମ୍ଭ କରିବାକୁ ପଞ୍ଜାବ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଯୋଜନା ଅଧୀନରେ, ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟାରେ ଆହତ ଲୋକଙ୍କୁ ସେ କେଉଁ ରାଜ୍ୟର ବାସିନ୍ଦା ହୋଇ ଥାଆନ୍ତୁ ନା କହିଁକି ତାଙ୍କର ମାଗଣାରେ ଚିକିତ୍ସା କରାଯିବ। ନିକଟସ୍ଥ ସରକାରୀ ଡାକ୍ତରଖାନା ତଥା ଘରୋଇ ଡାକ୍ତରଖାନାରେ ସଡ଼କ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ସରକାର ମାଗଣା ଚିକିତ୍ସା ଯୋଗାଇ ଦେବେ।

ରାଜ୍ୟରେ ପ୍ରତିଷ୍ଠିତ ପାଞ୍ଚଟି ନୂତନ ମେଡିକାଲ କଲେଜର କାର୍ଯ୍ୟକୁ ତ୍ୱରାନୱିତ କରିବାକୁ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେ ମୋହାଲିର ପଞ୍ଜାବ ଇନଷ୍ଟିଚ୍ୟୁଟ ଅଫ ଲିଭର ଆଣ୍ଡ ବିଲିୟାରି ସାଇନ୍ସ (ପିଏଲବିଏସ)ରେ ସ୍ଥାପିତ ହେଉଥିବା ଅତ୍ୟାଧୁନିକ ନିଦାନ ଏବଂ ପରିଚାଳନା ସୁବିଧା ଉପରେ ମଧ୍ୟ ସମୀକ୍ଷା କରିଥିଲେ।

ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ପଞ୍ଜାବ ସରକାର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କୁ ସାହାଯ୍ୟ ତଥା ମାର୍ଗଦର୍ଶନ କରିବା ପାଇଁ ସରକାରୀ ସ୍ବାସ୍ଥ୍ୟ ସୁବିଧା ଅନ୍ତର୍ଗତ ରୋଗୀ ସୁବିଧା କେନ୍ଦ୍ର ସ୍ଥାପନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ପଟିଆଲାର ରାଜୀନ୍ଦ୍ର ହସ୍ପିଟାଲରେ ପାଇଲଟ ଭାବେ ଏଭଳି ଏକ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?