Posted inଜାତୀୟ

ଚାଷୀଙ୍କ ଖାତାକୁ ଗଲା ୨୦,୯୦୦ କୋଟି

ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍‌-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ପଠାଇଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ମୋଦି ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦଶମ କିସ୍ତି ଟଙ୍କା ପଠାଇବା ଅବସରରେ କୋଭିଡ୍‌-୧୯ ମହାମାରୀ ଦ୍ୱାରା ସୃଷ୍ଟ ଚ୍ୟାଲେଞ୍ଜ ନୂଆବର୍ଷରେ ଦେଶର ବିକାଶ ପ୍ରକ୍ରିୟାରେ ବାଧକ ହେବାକୁ ଦିଆଯିବ ନାହିଁ ବୋଲି କହିଥିଲେ। ଦେଶ ସମ୍ପୂର୍ଣ୍ଣ ସତର୍କତାର ସହ ମହାମାରୀ ବିରୋଧରେ ଲଢ଼େଇ ଜାରି ରଖିଛି। ଏଥିସହିତ ଜାତୀୟ ସ୍ବାର୍ଥ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ମହାମାରୀ ସତ୍ତ୍ୱେ ସ୍ବାସ୍ଥ୍ୟସେବା, ପ୍ରତିରକ୍ଷା, କୃଷି, ଷ୍ଟାର୍ଟ-ଅପ୍‌ ଏବଂ ଭିତ୍ତିଭୂମି ସେକ୍ଟରରେ ଉଲ୍ଲେଖନୀୟ ସଫଳତା ହାସଲ ହୋଇପାରିଛି। ମହାମାରୀ ବିରୋଧରେ ଭାରତର ବଳିଷ୍ଠ ମୁକାବିଲା ସବୁଦିନ ପାଇଁ ମନେ ରହିବ ବୋଲି ମୋଦି କହିଥିଲେ। ବର୍ତ୍ତମାନ ସୁଦ୍ଧା ୧୪୫ କୋଟିରୁ ଅଧିକ କୋଭିଡ୍‌ ଟିକା ଡୋଜ୍‌ ଦିଆଯାଇଥିବାରୁ ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ବିଗତ ବର୍ଷରେ ବିଭିନ୍ନ ସେକ୍ଟରରେ ସଂସ୍କାର ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି ଓ ଆଧୁନିକ ଭିତ୍ତିଭୂମି ସୃଷ୍ଟି ହୋଇଛି। ବିକାଶକୁ ଆହୁରି ଦ୍ରୁତତର କରାଯିବ। କରୋନା ଚ୍ୟାଲେଞ୍ଜ ସୃଷ୍ଟି କରିଥିଲେ ମଧ୍ୟ ଏହା ବିକାଶ ପ୍ରକ୍ରିୟାକୁ ରୋକିପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନାରେ ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବର୍ଷକୁ ୩ଟି କିସ୍ତିରେ ୬ ହଜାର ଟଙ୍କା ଆର୍ଥତ୍କ ସହାୟତା ଯୋଗାଇ ଦିଆଯାଉଛି। ଏଥିସହିତ ପ୍ରଧାନମନ୍ତ୍ରୀ ୩୫୧ କୃଷି ଉତ୍ପାଦନ ସଂଗଠନ (ଏଫ୍‌ପିଓ)କୁ ୧୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଇକ୍ୟୁଟି ପ୍ରଦାନ କରିଛନ୍ତି। ଏହା ଦ୍ୱାରା ୧.୨୪ ଲକ୍ଷ ଚାଷୀ ଉପକୃତ ହେବେ। ପ୍ରଧାନମନ୍ତ୍ରୀଙ୍କ ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ୯ ମୁଖ୍ୟମନ୍ତ୍ରୀ ଓ ଅନେକ ମନ୍ତ୍ରୀ ଓ କୃଷି ଅନୁଷ୍ଠାନର ପ୍ରତିନିଧିମାନେ ଯୋଗ ଦେଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri