୨୧କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୭ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୯ ଜିଲାର ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ମାସକରେ ୩୦,୭୬୮ ପୁରାତନ ଛାତ୍ରୀଛାତ୍ର ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ବିଦ୍ୟାଳୟର ବିକାଶ ପାଇଁ ୭ କୋଟି ୩୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସର୍ବାଧିକ ଆର୍ଥିକ ସହାୟତା ଦେବାରେ ପୁଣିଥରେ ରେକର୍ଡ କରିଛନ୍ତି ବାଲେଶ୍ୱର ଜିଲାର ପୁରାତନ ଛାତ୍ରୀଛାତ୍ର। କ୍ରମାଗତ ଭାବେ ୮ଥର ପାଇଁ ସର୍ବାଧିକ ପାଣ୍ଠି ପ୍ରଦାନ କରିଥିବାରୁ କାର୍ଯ୍ୟନିର୍ବାହୀ ପରିଷଦ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଜିଲା ଶିକ୍ଷାଧିକାରୀ ରଞ୍ଜନ କୁମାର ଗିରିଙ୍କୁ ପ୍ରଶଂସା କରିଛି। ବାଲେଶ୍ୱରରେ ସର୍ବାଧିକ ୩ କୋଟି ୨ ହଜାର, ଖୋର୍ଦ୍ଧା ୩୮ ଲକ୍ଷ ୪୪ ହଜାର, କଟକ ୩୫ ଲକ୍ଷ ୬୭ ହଜାର, ସମ୍ବଲପୁର ୩୪ଲକ୍ଷ ୮୪ ହଜାର, ଭଦ୍ରକ ୩୧ ଲକ୍ଷ ୪୩ ହଜାର ଏବଂ ବୌଦ୍ଧରେ ୨୯ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ର ପ୍ରଦାନ କରିଛନ୍ତି।
ଅଭିଯାନ ଅନ୍ତର୍ଗତ ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ମେଣ୍ଟର, ପୁରାତନ ଛାତ୍ରୀଛାତ୍ର ଓ ପ୍ରଧାନ ଶିକ୍ଷକଙ୍କୁ ନେଇ ଭର୍ଚୁଆଲ ବୈଠକର ଆୟୋଜନ କରିବାକୁ ସ୍ଥିର ହୋଇଛି। ସେହିଭଳି ସେପ୍ଟେମ୍ବର ୧୫ ତାରିଖରୁ ରାଜ୍ୟର ୫ ହଜାର ଗ୍ରାମ ଓ ସହରାଞ୍ଚଳରେ ପ୍ରାଥମିକ ବିଦ୍ୟାଳୟର ପିଲାଙ୍କ ପାଇଁ ଲର୍ନିଂ କ୍ୟାମ୍ପ୍‌ କରାଯିବ। ଆଗାମୀଦିନରେ ଶିକ୍ଷକମାନେ ଇ-କଣ୍ଟେଣ୍ଟ ବ୍ୟବହାର କରି ଅତ୍ୟାଧୁନିକ ଇଣ୍ଟରାକ୍ଟିଭ ବୋର୍ଡରେ ଶିକ୍ଷାଦାନ କରିବେ। ଆସନ୍ତା ୩ ବର୍ଷ ମଧ୍ୟରେ ୪ ହଜାର ହାଇସ୍କୁଲର ୨୦ ହଜାର ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ୧୬ ଲକ୍ଷ ଛାତ୍ରୀଛାତ୍ରଙ୍କୁ ଡିଜିଟାଲ କ୍ଷେତ୍ରରେ ଦକ୍ଷ କରାଯିବ। ଶିକ୍ଷକଙ୍କୁ ଟେକ୍ନୋଲୋଜି ପ୍ରଶିକ୍ଷଣ ଲାଗି ‘କ୍ୱେଷ୍ଟ ଆଲିଆନ୍ସ’ ସହ ଏମ୍‌ଓୟୁ କରିବାକୁ ଯୋଜନା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri