୨୧କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୭ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୯ ଜିଲାର ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ମାସକରେ ୩୦,୭୬୮ ପୁରାତନ ଛାତ୍ରୀଛାତ୍ର ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ବିଦ୍ୟାଳୟର ବିକାଶ ପାଇଁ ୭ କୋଟି ୩୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସର୍ବାଧିକ ଆର୍ଥିକ ସହାୟତା ଦେବାରେ ପୁଣିଥରେ ରେକର୍ଡ କରିଛନ୍ତି ବାଲେଶ୍ୱର ଜିଲାର ପୁରାତନ ଛାତ୍ରୀଛାତ୍ର। କ୍ରମାଗତ ଭାବେ ୮ଥର ପାଇଁ ସର୍ବାଧିକ ପାଣ୍ଠି ପ୍ରଦାନ କରିଥିବାରୁ କାର୍ଯ୍ୟନିର୍ବାହୀ ପରିଷଦ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଜିଲା ଶିକ୍ଷାଧିକାରୀ ରଞ୍ଜନ କୁମାର ଗିରିଙ୍କୁ ପ୍ରଶଂସା କରିଛି। ବାଲେଶ୍ୱରରେ ସର୍ବାଧିକ ୩ କୋଟି ୨ ହଜାର, ଖୋର୍ଦ୍ଧା ୩୮ ଲକ୍ଷ ୪୪ ହଜାର, କଟକ ୩୫ ଲକ୍ଷ ୬୭ ହଜାର, ସମ୍ବଲପୁର ୩୪ଲକ୍ଷ ୮୪ ହଜାର, ଭଦ୍ରକ ୩୧ ଲକ୍ଷ ୪୩ ହଜାର ଏବଂ ବୌଦ୍ଧରେ ୨୯ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ର ପ୍ରଦାନ କରିଛନ୍ତି।
ଅଭିଯାନ ଅନ୍ତର୍ଗତ ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ମେଣ୍ଟର, ପୁରାତନ ଛାତ୍ରୀଛାତ୍ର ଓ ପ୍ରଧାନ ଶିକ୍ଷକଙ୍କୁ ନେଇ ଭର୍ଚୁଆଲ ବୈଠକର ଆୟୋଜନ କରିବାକୁ ସ୍ଥିର ହୋଇଛି। ସେହିଭଳି ସେପ୍ଟେମ୍ବର ୧୫ ତାରିଖରୁ ରାଜ୍ୟର ୫ ହଜାର ଗ୍ରାମ ଓ ସହରାଞ୍ଚଳରେ ପ୍ରାଥମିକ ବିଦ୍ୟାଳୟର ପିଲାଙ୍କ ପାଇଁ ଲର୍ନିଂ କ୍ୟାମ୍ପ୍‌ କରାଯିବ। ଆଗାମୀଦିନରେ ଶିକ୍ଷକମାନେ ଇ-କଣ୍ଟେଣ୍ଟ ବ୍ୟବହାର କରି ଅତ୍ୟାଧୁନିକ ଇଣ୍ଟରାକ୍ଟିଭ ବୋର୍ଡରେ ଶିକ୍ଷାଦାନ କରିବେ। ଆସନ୍ତା ୩ ବର୍ଷ ମଧ୍ୟରେ ୪ ହଜାର ହାଇସ୍କୁଲର ୨୦ ହଜାର ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ୧୬ ଲକ୍ଷ ଛାତ୍ରୀଛାତ୍ରଙ୍କୁ ଡିଜିଟାଲ କ୍ଷେତ୍ରରେ ଦକ୍ଷ କରାଯିବ। ଶିକ୍ଷକଙ୍କୁ ଟେକ୍ନୋଲୋଜି ପ୍ରଶିକ୍ଷଣ ଲାଗି ‘କ୍ୱେଷ୍ଟ ଆଲିଆନ୍ସ’ ସହ ଏମ୍‌ଓୟୁ କରିବାକୁ ଯୋଜନା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri