୨୨୦ କୋଟି ଟଙ୍କାର କୋକେନ୍‌ ଜବତ ମାମଲା: ଜାହାଜକୁ ପିଆଇସିଟି ବର୍ଥରୁ ସାଉଥ କେ ସ୍ଥାନାନ୍ତର

ପାରାଦୀପ,୭।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଲାଗିଥିବା ଜାହାଜ ‘ଏମ୍‌ଭି ଦେବୀ’ରୁ ୨୨୦ କୋଟି ଟଙ୍କାର କୋକେନ୍‌ ଜବତ ଘଟଣା କ୍ରମଶଃ ଜଟିଳ ହେଉଛି। ଗୁରୁବାର ଉକ୍ତ ଜାହାଜ ପିଆଇସିଟି(ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ପାରାଦୀପ ବନ୍ଦର ସାଉଥ କେ ବର୍ଥକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଜାହାଜ ରହିବ। ସେଥିରେ ୨୧ ଜଣ ଭିଏଟ୍‌ନାମ ନାବିକ ନଜରବନ୍ଦୀ ହୋଇ ରହିବେ। ତଦନ୍ତ ପ୍ରକ୍ରିୟା ଚୂଡ଼ାନ୍ତ ପର୍ଯ୍ୟାୟରେ ନ ପହଞ୍ଚିବା ପର୍ଯ୍ୟନ୍ତ ସ୍ଥିତି ସେହିଭଳି ରହିବ।

ଜାହାଜରେ ବୋଝେଇ ହୋଇଥିବା ଜେଏସ୍‌ପିଏଲ୍‌ର ପ୍ରାୟ ୫ହଜାର ମେଟ୍ରିକ୍‌ ଟନ ଷ୍ଟିଲ କାର୍ଗୋ ସେମିତି ଜାହାଜ ଭିତରେ ରହିଛି। କାର୍ଗୋକୁ ଲାସିଂ (ହଲଚଲ ନହେବା ପାଇଁ ପ୍ୟାକିଂ କରାଯିବା) କରାଯାଇଛି। ଅପରପକ୍ଷେ ଏହି କୋକେନ୍‌ ଘଟଣାକୁ ନେଇ ନ୍ୟାୟ ପାଇଁ ଲଢ଼େଇ ପରିବାର ସଙ୍ଗଠନର ରାଜ୍ୟ ସଭାପତି ସୁବ୍ରତ କୁମାର ଦାସ ଏନ୍‌ଏଚ୍‌ଆରସି (ଜାତୀୟ ମାନବିକ ଅଧିକାର କମିଶନ)ଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗ ଆଧାରରେ ଏନ୍‌ଏଚ୍‌ଆରସି ୨୦୨୦୯/୨୦୨୩ ରେ ମାମଲା ରୁଜୁ ହୋଇଛି। ପାରାଦୀପ ବନ୍ଦରରେ ଏତେ ପରିମାଣରେ କୋକେନ୍‌ ଜବତ ହେବା ଏବଂ ଏଥିରେ ଜାତୀୟ ସ୍ବାର୍ଥ ଥିବାରୁ ତାକୁ ନିରପେକ୍ଷ ତଦନ୍ତ କରାଯିବା ପାଇଁ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri