୨୩ କୋଟି ୫୫ଲକ୍ଷ ଟଙ୍କାର ନଷ୍ଟ ହେଲା ଗଞ୍ଜେଇ

ନୂଆଗଡ,୬ା୧(ଡି.ଏନ୍‌.ଏ.): ଗଜପତି ଜିଲା ଆର୍‌.ଉଦୟଗିରି ଥାନା ପକ୍ଷରୁ ନୂଆଗଡ଼ ବ୍ଲକ ଅନ୍ତର୍ଗତ କିରାମା ପଞ୍ଚାୟତର ପେଡ଼ିକାପଦର ଗ୍ରାମାଞ୍ଚଳରେ ପ୍ରାୟ ୧୧୭.୭୫ ଏକର ଜମିରେ ବେଆଇନ ଭାବେ ୨ଲକ୍ଷ ୩୫ ହଜାର ୫ ଶହ ଗଞ୍ଜେଇ ଗଛ ଲଗାଯାଇଥିଲା।

ଅବକାରୀ, ପୋଲିସ, ବନବିଭାଗ ଓ ରାଜସ୍ବ ବିଭାଗ ମିଳିତ ଭାବେ ଚଢ଼ାଉ କରି ଗଞ୍ଜେଇ ଗଛଗୁଡ଼ିକୁ କାଟି ପୋଡ଼ି ନଷ୍ଟ କରାଯାଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୨/୨୨)ରୁଜୁ ହୋଇଛି। ନଷ୍ଟ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୩ କୋଟି ୫୫ଲକ୍ଷ ଟଙ୍କା ହେବ ବୋଲି ଆର୍‌.ଉଦୟଗିରି ଥାନାଧିକାରୀ ରବୀନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଚଢାଉ ବେଳେ ଆର୍‌.ଉଦୟଗିରି ତହସିଲଦାର ନାରାୟଣ ବେହେରା, ସମ୍ବଲପୁର ଅମିନ ତପନ କୁମାର ସାହୁଙ୍କ ସହ ଅନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri