ଦେବଗଡ଼ର ପ୍ରତି ପରିବାରକୁ ମିଳିଛି ୩ ଲକ୍ଷ ଟଙ୍କା: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୋଦି ସରକାରଙ୍କ ୯ ବର୍ଷ ଶାସନରେ ଦେବଗଡ଼ ଜିଲାକୁ ଚାଉଳ, ଘର, ଶୌଚାଳୟ, ଉଜ୍ଜ୍ୱଳା ଗ୍ୟାସ, ମୁଦ୍ରା ଋଣ, ବାର୍ଦ୍ଧକ୍ୟ ଭତ୍ତା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସହାୟତା ଏବଂ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ୭୩ ହଜାର ୭୧୭ ପରିବାରକୁ ସର୍ବମୋଟ ୨,୧୮୪ କୋଟି ଟଙ୍କା ମିଳିଛି । ଗରିବ କଲ୍ୟାଣ ଯୋଜନାରେ ଦେବଗଡ଼ ଜିଲାର ପରିବାର ପିଛା ପାଖାପାଖି ୩ ଲକ୍ଷ ଟଙ୍କା ମୋଦି ସରକାର ଦେଇଛନ୍ତି । ଶନିବାର ବଡ଼ବଗିଚା ପଡ଼ିଆରେ ଅନୁଷ୍ଠିତ ‘ଗରିବ କଲ୍ୟାଣ ସମାବେଶ’ରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର କହିଛନ୍ତି, ବିଗତ ୯ ବର୍ଷରେ ଓଡ଼ିଶାକୁ ପୂର୍ବୋଦୟ ଯୋଜନା ମାଧ୍ୟମରେ ଗରିବ କଲ୍ୟାଣର ପ୍ରୟୋଗଶାଳା ଭାବେ ଦାୟିତ୍ୱ ନେଇଛନ୍ତି । ମୋଦି ସରକାରରେ ଦେବଗଡ଼ ଜିଲା ବେଶ୍‌ ଲାଭାନ୍ବିତ ହୋଇଛି । ଚାଷୀଙ୍କୁ ସ୍ବାବଲମ୍ବୀ କରିବା ପାଇଁ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୨୧୮୩ ଟଙ୍କାକୁ ବୃଦ୍ଧି କରାଯାଇଛି। ୨୦୧୪-୧୫ରେ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୧୩୬୦ ଟଙ୍କା ଥିବାବେଳେ ମୋଦି ସରକାରରେ ୨ ଗୁଣା ଏମ୍‌ଏସ୍‌ପି ବୃଦ୍ଧି ପାଇଛି। ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଦେବଗଡ଼ର ୨.୬୩ ଲକ୍ଷ ହିତାଧିକାରୀଙ୍କୁ ୫୬୮ କୋଟି ଟଙ୍କା ମୂଲ୍ୟର ଚାଉଳ ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଓ ସହର ପାଇଁ ମୋଟ ୨୨୩ କୋଟି ଟଙ୍କାର ପ୍ରାୟ ୧୭ ହଜାର ଘର ପ୍ରଦାନ କରାଯାଇଛି ବୋଲି ଧର୍ମେନ୍ଦ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?