ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା, ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ୍‌, ୧୦।୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୁରୁଣା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଅଘଟଣ ଘଟିଛି। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କେତେଜଣ ଲୋକ ମାଟି ତଳେ ଚାପି ହୋଇଯାଇଥିଲେ। ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏସ୍‌ସିବି ମେଡିକାଲକୁ ପଠାଇଥିଲେ। ହେଲେ ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକ ଦ୍ୱୟ ହେଲେ କେନ୍ଦୁଝର ଜିଲା ଗମାଣ୍ଡିଆ ଅଞ୍ଚଳର କୀର୍ତ୍ତନ ଦେହୁରୀ ଏବଂ ଅଜିତ୍‌ ଦେହୁରୀ। ଆହତ ହେଲେ ଚନ୍ଦ୍ର ଦେହୁରୀ। ସେମାନେ ଠିକାଦାର ଅଜୟ ସାହୁଙ୍କ ଅଧୀନରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି, ଘଟଣାର ତଦନ୍ତ କରାଯାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଭବାନୀ ଶଙ୍କର ଚୟିନୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କୁ ଉତ୍ତମ ଚିକିସତ୍ା ସେବା ଯୋଗାଇ ଦେବା ସହ ଘଟଣାର ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀ ଦେଇଛନ୍ତି।

ବୁଧବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାବେଳେ ଛତ୍ରବଜାର ପୋଲ ଭୁଶୁଡ଼ି ପଡ଼ିଥିବା ଖବର ମିଳିବା ପରେ ସେଠାରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ଜିଲାପାଳ ଚୟିନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ ସିଂ ପହଞ୍ଚତ୍ ସୁରକ୍ଷିତ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେଇଥିଲେ। ଓଡ୍ରାଫ୍‌ ଟିମ୍‌ ଏବଂ ଅଗ୍ନିଶମ ବାହିନୀ ସ୍ଥାନୀୟ ଲୋକଙ୍କ ସହଯୋଗରେ ଜେସିବି ମାଧ୍ୟମରେ ଧସିଥିବା ମାଟି ଓ କଂକ୍ରିଟ ମଧ୍ୟରୁ ୩ଜଣଙ୍କୁ ଉଦ୍ଧାର କରିଥିଲେ। ଏହି ଘଟଣାରେ ରାସ୍ତା ପାର୍ଶ୍ୱରେ ବସି ପରିବା ବ୍ୟବସାୟ କରୁଥିବା କୌଣସି ବ୍ୟକ୍ତିଙ୍କ କ୍ଷତି ହୋଇନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ପୋଲ ମରାମତି ସମୟରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ଏଭଳି ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ରାସ୍ତା ଓ ଗୃହ ନିର୍ମାଣ ବିଭାଗ ଅଧୀନରେ କାର୍ଯ୍ୟ ଚାଲୁଥିବାେବେଳେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, କାର୍ଯ୍ୟକରୁଥିବା ଠିକାଦାର ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଥିଲେ କି ନାହିଁ ସେନେଇ ତଦନ୍ତ କରାଯିବ। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଘଟଣା ସମ୍ପର୍କରେ ସିଏମ୍‌ସି କମିଶନର ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ପୋଲ ତଳେ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଏଭଳି ଦୁର୍ଘଟଣା ଘଟିଲା। ସେଠାରେ କେତେଜଣ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଅଛନ୍ତି। ଅନ୍ୟ ଶ୍ରମିକମାନେ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଏହି ଘଟଣାରେ ରାସ୍ତା ପାର୍ଶ୍ୱରେ ବସି ପରିବା ବିକ୍ରି କରୁଥିବା କୌଣସି ବ୍ୟକ୍ତିଙ୍କ କ୍ଷତି ହୋଇନାହିଁ। ଅପରପକ୍ଷରେ ପୋଲ ମରାମତି ଚାଲିବା ସମୟରେ ଏହା ନିକଟ ରାସ୍ତା ପାର୍ଶ୍ୱରେ ବସି ପରିବା ବିକିବାକୁ କାହାକୁ ଅନୁମତି ଦିଆଯାଇ ନ ଥିଲା ବୋଲି ସିଏମ୍‌ସି କମିଶନର ଦାସ ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣା ୨୦୧୭ ସେପ୍ଟେମ୍ବର ୧୦ରେ ଭୁବନେଶ୍ୱର ବମିଖାଲ ବ୍ରିଜ୍‌ ଦୁର୍ଘଟଣାକୁ ମନେ ପକାଇ ଦେଇଛି। ଉକ୍ତ ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୫ବର୍ଷର ଶିଶୁ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri