ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା, ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ୍‌, ୧୦।୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୁରୁଣା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଅଘଟଣ ଘଟିଛି। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କେତେଜଣ ଲୋକ ମାଟି ତଳେ ଚାପି ହୋଇଯାଇଥିଲେ। ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏସ୍‌ସିବି ମେଡିକାଲକୁ ପଠାଇଥିଲେ। ହେଲେ ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକ ଦ୍ୱୟ ହେଲେ କେନ୍ଦୁଝର ଜିଲା ଗମାଣ୍ଡିଆ ଅଞ୍ଚଳର କୀର୍ତ୍ତନ ଦେହୁରୀ ଏବଂ ଅଜିତ୍‌ ଦେହୁରୀ। ଆହତ ହେଲେ ଚନ୍ଦ୍ର ଦେହୁରୀ। ସେମାନେ ଠିକାଦାର ଅଜୟ ସାହୁଙ୍କ ଅଧୀନରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି, ଘଟଣାର ତଦନ୍ତ କରାଯାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଭବାନୀ ଶଙ୍କର ଚୟିନୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କୁ ଉତ୍ତମ ଚିକିସତ୍ା ସେବା ଯୋଗାଇ ଦେବା ସହ ଘଟଣାର ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀ ଦେଇଛନ୍ତି।

ବୁଧବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାବେଳେ ଛତ୍ରବଜାର ପୋଲ ଭୁଶୁଡ଼ି ପଡ଼ିଥିବା ଖବର ମିଳିବା ପରେ ସେଠାରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ଜିଲାପାଳ ଚୟିନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ ସିଂ ପହଞ୍ଚତ୍ ସୁରକ୍ଷିତ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେଇଥିଲେ। ଓଡ୍ରାଫ୍‌ ଟିମ୍‌ ଏବଂ ଅଗ୍ନିଶମ ବାହିନୀ ସ୍ଥାନୀୟ ଲୋକଙ୍କ ସହଯୋଗରେ ଜେସିବି ମାଧ୍ୟମରେ ଧସିଥିବା ମାଟି ଓ କଂକ୍ରିଟ ମଧ୍ୟରୁ ୩ଜଣଙ୍କୁ ଉଦ୍ଧାର କରିଥିଲେ। ଏହି ଘଟଣାରେ ରାସ୍ତା ପାର୍ଶ୍ୱରେ ବସି ପରିବା ବ୍ୟବସାୟ କରୁଥିବା କୌଣସି ବ୍ୟକ୍ତିଙ୍କ କ୍ଷତି ହୋଇନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ପୋଲ ମରାମତି ସମୟରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ଏଭଳି ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ରାସ୍ତା ଓ ଗୃହ ନିର୍ମାଣ ବିଭାଗ ଅଧୀନରେ କାର୍ଯ୍ୟ ଚାଲୁଥିବାେବେଳେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, କାର୍ଯ୍ୟକରୁଥିବା ଠିକାଦାର ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଥିଲେ କି ନାହିଁ ସେନେଇ ତଦନ୍ତ କରାଯିବ। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଘଟଣା ସମ୍ପର୍କରେ ସିଏମ୍‌ସି କମିଶନର ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ପୋଲ ତଳେ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଏଭଳି ଦୁର୍ଘଟଣା ଘଟିଲା। ସେଠାରେ କେତେଜଣ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଅଛନ୍ତି। ଅନ୍ୟ ଶ୍ରମିକମାନେ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଏହି ଘଟଣାରେ ରାସ୍ତା ପାର୍ଶ୍ୱରେ ବସି ପରିବା ବିକ୍ରି କରୁଥିବା କୌଣସି ବ୍ୟକ୍ତିଙ୍କ କ୍ଷତି ହୋଇନାହିଁ। ଅପରପକ୍ଷରେ ପୋଲ ମରାମତି ଚାଲିବା ସମୟରେ ଏହା ନିକଟ ରାସ୍ତା ପାର୍ଶ୍ୱରେ ବସି ପରିବା ବିକିବାକୁ କାହାକୁ ଅନୁମତି ଦିଆଯାଇ ନ ଥିଲା ବୋଲି ସିଏମ୍‌ସି କମିଶନର ଦାସ ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣା ୨୦୧୭ ସେପ୍ଟେମ୍ବର ୧୦ରେ ଭୁବନେଶ୍ୱର ବମିଖାଲ ବ୍ରିଜ୍‌ ଦୁର୍ଘଟଣାକୁ ମନେ ପକାଇ ଦେଇଛି। ଉକ୍ତ ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୫ବର୍ଷର ଶିଶୁ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?