କରୋନା ଟିକାକରଣରେ ୩୨ ହଜାର କୋଟିିର ଦୁର୍ନୀତି: ସୁପ୍ରିମ୍‌କୋର୍ଟରେ ପିଟିଶନ ଦାଖଲ…

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଟିକାକରଣ ଅଭିଯାନରେ ୩୨ ହଜାର କୋଟି ଟଙ୍କା ଦୁର୍ନୀତି ହୋଇଥିବା ନେଇ ସୁପ୍ରିମ୍‌କୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଆଇନଜୀବୀ ଦୀପକ ଆନ୍ଦ ମସିହଙ୍କ ପକ୍ଷରୁ ଏହା ଦାଖଲ କରାଯାଇଛି। ଏଥିରେ କରୋନା ଲଢ଼େଇରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା କେତେକ ପଦକ୍ଷେପ ଉପରେ ମଧ୍ୟ ପ୍ରଶ୍ନ ଉଠାଯାଇଛି। ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି ଯେ, ପାଶ୍ଚାତ୍ୟ ଦେଶରେ କରୋନା ଟିକା ନାମ ୧୫୦ରୁ ୨୦୦ ଟଙ୍କା ମଧ୍ୟରେ ରହିଛି। ମାତ୍ର ଭାରତରେ ଏହି ଟିକା ସାଧାରଣ ଲୋକଙ୍କୁ ୬୦୦ ଟଙ୍କାରେ ମିଳୁଛି। ୧୮ରୁ ଅଧିକ ବର୍ଷ ବୟସ୍କଙ୍କୁ ଟିକାଦାନ କରାଯିବା ଘୋଷଣା ପରେ ଦାମ ମଧ୍ୟ ବଢ଼ିଯାଇଛି। ଏବେ ଦେଶର ପ୍ରାୟ ୮୦ କୋଟି ଲୋକଙ୍କୁ ଟିକା ଦିଆଯିବ। ଏଥିରେ ୩୨ ହଜାର କୋଟି ଟଙ୍କାରୁ ଅଧିକ ଦୁର୍ନୀତି ହେବ ବୋଲି ପିଟିଶନ୍‌ରେ ଦୀପକ ଆନନ୍ଦ ଦର୍ଶାଇଛନ୍ତି। ସେହିପରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଉଲ୍ଲେଖ କରିଛନ୍ତି ଯେ, ମୋଦି ନ୍ୟାଶନାଲ ସାଇଣ୍ଟିଫିକ୍‌ ଫୋର୍ସ ଗଠନ କରିଛନ୍ତି। ମାତ୍ର ଫେବୃୟାରୀରୁ ମାର୍ଚ୍ଚ ମଧ୍ୟରେ ଏହାର ବୈଠକ ଅନୁଷ୍ଠିତ ହୋଇ ନାହିଁ। ଆମେରିକା ରାଷ୍ଟ୍ରପତିଙ୍କୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିବାର ଅଧିକାର ନ ଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ଏଭଳି କରିବାକୁ ସକ୍ଷମ କାହିଁକି ବୋଲି ପ୍ରଶ୍ନ କରିଛନ୍ତି। ଉପଯୁକ୍ତ ନୀତି ଆଧାରରେ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବା ନେଇ ସେ ପିଟିଶନରେ ଉଲ୍ଲେଖ କରିଛନ୍ତି। ଏସମ୍ପର୍କରେ ସର୍ବୋଚ୍ଚ ନ୍ୟାୟାଳୟ ଆଦେଶ ଦେବାକୁ ସେ ପିଟିଶନରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri