ବ୍ୟାଙ୍କ ଲକରରୁ ୩୩ ଲକ୍ଷ ଟଙ୍କାର ଅଳଙ୍କାର ଗାଏବ

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ସହରର ଏକ ବ୍ୟାଙ୍କ ଲକର୍‌ରୁ ଗ୍ରାହକଙ୍କ ୩୩ଲକ୍ଷ ୩୭ହଜାର ଟଙ୍କାର ସୂନା, ରୁପା ଅଳଙ୍କାର ଗାଏବ ହୋଇଯାଇଛି। ଏ ନେଇ ଗ୍ରାହକଙ୍କ ପକ୍ଷରୁ ବୁଧବାର ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗକୁ ଭତ୍ତି କରି ପୋଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ, ସ୍ନିଗ୍ଧା ତ୍ରିପାଠୀ ଏବଂ ତାଙ୍କ ମା’ ଜ୍ୟୋତ୍ସ୍ନାମୟୀଙ୍କ ନାମରେ ଉକ୍ତ ବ୍ୟାଙ୍କରେ ଲକର୍‌ (ନଂ.୨୮୨) ରହିଛି। ଏହାକୁ ସେମାନେ ଯୁଗ୍ମ ଭାବେ ଅପରେଟ୍‌ କରିଥିଲେ। ବୁଧବାର ବିଭାଗୀୟ ଡେପୁଟି ମ୍ୟାନେଜର ଅପରାହ୍ନ ପ୍ରାୟ ୨ଟା ସମୟରେ ସେମାନଙ୍କୁ ସମ୍ପୃକ୍ତ ଲକର ଅପରେଟ୍‌ କରିବାକୁ ଦେଇଥିଲେ। ଲକର ଖୋଲିବା ପରେ ସେଥିରେ ପୂର୍ବରୁ ରହିଥିବା ସମସ୍ତ ଅଳଙ୍କାର ଗାଏବ ହୋଇ ଯାଇଥିବା ଦେଖି ସ୍ନିଗ୍ଧା ଶାଖାର ମୁଖ୍ୟ ପରିଚାଳକଙ୍କୁ ଜଣାଇଥିଲେ। ଏହା ପୂର୍ବରୁ ଗତ ୨୦୧୬ ଜୁନ ମାସରେ ଶେଷଥର ସେ ଲକର ଖୋଲିଥିଲେ । ଏହା ପରଠାରୁ ସେ କିମ୍ବା ତାଙ୍କ ମା’ ଆଉ ଲକର୍‌ ଖୋଲି ନ ଥିବା ସ୍ନିଗ୍ଧା ପ୍ରକାଶ କରିଛନ୍ତି । ବ୍ୟାଙ୍କ ମଧ୍ୟରେ ରହିଥିବା ଲକର୍‌ରୁ ଏତେ ପରିମାଣର ଅଳଙ୍କାର ଗାଏବ ହେବା ଘଟଣା ସମସ୍ତଙ୍କୁ ଚକିତ କରିଥିବାବେଳେ ବ୍ୟାଙ୍କର ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri