୩୫ ଲକ୍ଷ ଭତ୍ତା ଟଙ୍କା ଆତ୍ମସାତ, ୮ଜଣଙ୍କୁ ରିପୋର୍ଟ ମାଗିଲା ଭିଜିଲାନ୍ସ

କେସିଙ୍ଗା,୬।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦିବ୍ୟାଙ୍ଗ, ବିଧବା ଏବଂ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ ହୋଇଥିବା ଜଣାପଡ଼ିଛିି। ଏ ନେଇ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ବ୍ଲକରେ କାର୍ଯ୍ୟରତ ୮ କର୍ମଚାରୀଙ୍କ ରିପୋର୍ଟ ମାଗିଛି। ଏହାକୁ ନେଇ ବ୍ଲକ କାର୍ଯ୍ୟାଳୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ୨୦୧୯-୨୦ ଆର୍ଥିକ ବର୍ଷରେ ସିରଜାପାଲି ପଞ୍ଚାୟତର ପିଇଓ ଭତ୍ତା ବାଣ୍ଟିବା ପାଇଁ ବ୍ଲକ କାର୍ଯ୍ୟାଳୟରୁ ୩୫ ଲକ୍ଷ ୨୨ହଜାର ୨୦୦ ଟଙ୍କା ଉଠାଇ ନେଇଥିଲେ। ଘଟଣାର ୩ ବର୍ଷ ବିତିଯାଇଥିଲେ ମଧ୍ୟ ପଞ୍ଚାୟତ ପିଇଓ ହିସାବ ଦେଇ ନ ଥିଲେ। ଅଡିଟ ରିପୋର୍ଟ ମୁତାବକ ଉକ୍ତ କର୍ମଚାରୀଙ୍କ ନାମରେ ୩୫ ଲକ୍ଷ ୨୨ ହାଜର ୨୦୦ ଟଙ୍କାର ହିସାବ ଠିକ୍‌ ନ ଥିବାରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ରିପୋର୍ଟ ମଗାଯାଇଛି। ଅନ୍ୟପକ୍ଷେ ବ୍ଲକର ୪୪ଜଣ କର୍ମଚାରୀଙ୍କ ବିରୋଧରେ ଅଡିଟ ରିପୋର୍ଟରେ ଟଙ୍କା ହଡ଼ପ ଅଭିଯୋଗ ହୋଇଛି। ଏପରି କି ବ୍ଲକର ୨ କୋଟି ୮୪ ଲକ୍ଷ ୩୬ ହଜାର ୮ଶହ ଟଙ୍କା ଭତ୍ତା ବାବଦ ଏଯାବତ ହିସାବ କର୍ମଚାରୀ ଦେଇ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri