ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗର ଦ୍ୱିତୀୟ ଲାଇନ୍‌ ଘର, ବ୍ରହ୍ମାନଗରସ୍ଥିତ ଘର, କୋଟଲିଙ୍ଗିରେ ଥିବା ପୈତୃକ ଘର, ଚିକିଟି ଲକ୍ଷ୍ମୀପୁରସ୍ଥିତ ଘରୋଇ ସ୍କୁଲ, ଯଶୋଦା ହାଇସ୍କୁଲ ଅଫିସରେ ଏକକାଳୀନ ଚଢ଼ାଉ କରିଥିଲା। ଯାଞ୍ଚ ପରେ ଶିକ୍ଷକ ସାହୁ ଓ ତାଙ୍କ ପରିବାରବର୍ଗଙ୍କ ନାମରେ ମୋଟ ୪କୋଟି ୯୩ ଲକ୍ଷ ୯୭ ହଜାର ୨୪୪ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଭିଜିଲାନ୍ସ ବିଭାଗ ଠାବ କରିଛି । ସେହିପରି ସମ୍ପତ୍ତି ତାଲିକା ମଧ୍ୟରେ ବ୍ରହ୍ମାନଗରରେ ୫ମହଲା, ବୈକୁଣ୍ଠନଗରରେ ୩ମହଲା ଘର, ଗୋପାଳପୁରରେ ଫ୍ଲାଟ୍‌, ୧୦ ଜମି, ଭୁବନେଶ୍ୱର ଓ ପୁରୀରେ ଆପାର୍ଟମେଣ୍ଟ ଆଦି ରହିଛି। ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ବ୍ୟାଙ୍କ ଜମା ରହିଥିବା ଭିଜିଲାନ୍ସ ବିଭାଗ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri