ମତ୍ସ୍ୟ-ପ୍ରାଣୀ ସମାବେଶ: ମୁଖ୍ୟ ଆକର୍ଷଣ ସାଜିଛି ୪ କୋଟି ଟଙ୍କାର ବାହୁବଳୀ ମଇଁଷି

ଭୁବନେଶ୍ୱର,୨୨ା୧: ରାଜଧାନୀର ଜନତା ମଇଦାନରେ ଚାଲିଥିବା ତିନିଦିନିଆ ‘ମତ୍ସ୍ୟ-ପ୍ରାଣୀ ସମାବେଶ’ରେ ଏକ ‘ମୁରା’ ପ୍ରଜାତିର ମଇଁଷି(ପୋରୁଅ) ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ହରିୟାଣାର କୁରୁକ୍ଷେତ୍ରରୁ ଆସିଥିବା ଏହି ବିଶାଳକାୟ ମଇଁଷିର ନାମ ହେଉଛି ‘ଇନ୍ଦର’, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୪ କୋଟି ଟଙ୍କା ବୋଲି କୁହାଯାଉଛି।

ମାତ୍ର ୪.୫ ବର୍ଷ ବୟସ୍କ ଏହି ମଇଁଷିର ଓଜନ ପ୍ରାୟ ୧୭ କ୍ୱିଣ୍ଟାଲ। ଏହାର ଶାରୀରିକ ଗଠନ ଏବଂ ଉଚ୍ଚ ଜୈବିକ ଗୁଣବତ୍ତା ଏହାକୁ ଅନ୍ୟମାନଙ୍କଠାରୁ ସ୍ୱତନ୍ତ୍ର କରିଛି। ଏହି ବାହୁବଳୀ ମଇଁଷି ଦୈନିକ ପ୍ରାୟ ୨୮ କିଲୋଗ୍ରାମ ସୁଷମ ଖାଦ୍ୟ ଖାଇଥାଏ। ଏଥିରେ ୫ ଲିଟର କ୍ଷୀର, ୨ କିଲୋ ଦହି, ଗହମ, ବାଜରା ଏବଂ ସୋୟାବିନ୍ ଭଳି ପୁଷ୍ଟିକର ଖାଦ୍ୟ ସାମିଲ ଅଛି। ‘ଇନ୍ଦର’ର ଯତ୍ନ ପାଇଁ ଦୈନିକ ପ୍ରାୟ ୪,୦୦୦ ଟଙ୍କା ଖର୍ଚ୍ଚ ହୋଇଥାଏ।

ଇନ୍ଦର ବ୍ୟତୀତ ଗୁଜୁରାଟର ‘କାଙ୍କରେଜ୍’ ପ୍ରଜାତିର ଏକ ୫ ବର୍ଷୀୟ ଷଣ୍ଢ ମଧ୍ୟ ଦର୍ଶକଙ୍କ ମନ ମୋହୁଛି। ଏହାର ଉଚ୍ଚତା ୫ ଫୁଟ୍ ଏବଂ ଓଜନ ପ୍ରାୟ ୭୦୦ କିଲୋଗ୍ରାମ। ଏହାର ରକ୍ଷଣାବେକ୍ଷଣ ପାଇଁ ମାସିକ ପ୍ରାୟ ୪୦,୦୦୦ ଟଙ୍କା ବ୍ୟୟ କରାଯାଏ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଉଦଘାଟିତ ଏହି ସମାବେଶରେ ଏଭଳି ଉନ୍ନତ ପ୍ରଜାତିର ପ୍ରାଣୀମାନଙ୍କୁ ପ୍ରଦର୍ଶିତ କରିବା ପଛର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ରାଜ୍ୟର ଚାଷୀମାନଙ୍କୁ ବୈଜ୍ଞାନିକ ପ୍ରଜନନ ଏବଂ ପଶୁପାଳନ କ୍ଷେତ୍ରରେ ସଚେତନ କରିବା।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri