କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ୧୮୩ ପୃଷ୍ଠାର ସତ୍ୟପାଠ ଦାଖଲ କରାଯାଇଛି। ଯଦି ଏପରି କରାଯିବ ତେବେ ଷ୍ଟେଟ୍‌ ଡିଜାଷ୍ଟର ରିଲିଫ୍‌ ଫଣ୍ଡ୍‌ (ଏସ୍‌ଡିଆର୍‌ଏଫ୍‌)ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯିବ ବୋଲି କେନ୍ଦ୍ର ସରକାର ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ଏହି ଫଣ୍ଡ୍‌ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଗଲେ ବନ୍ୟା, ବାତ୍ୟା ସହିତ ଅନ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲାରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ଥିବା ସରକାର କହିଛନ୍ତି। ଅନୂକମ୍ପା ମୂଳକ ସହାୟତା ନେଇ ସୁପ୍ରିମ୍‌କୋର୍ଟରେ ନ୍ୟାଶନାଲ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ୍‌ ଆକ୍ଟ ଏବଂ ୨୦୧୫ରେ ନ୍ୟାଶନାଲ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ୍‌ ଅଥରିଟିଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ସମ୍ପର୍କରେ ଉଲ୍ଲେଖ କରାଯାଇଥିଲା। ତେବେ ମାର୍ଗଦର୍ଶିକାରେ ଦର୍ଶାଯାଇଥିଲା ୪ ଳକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଭୂକମ୍ପ, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଲାଗୁ ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ପକ୍ଷରୁ କୁହାଯାଇଛି।

୨୦୧୯-୨୦ରେ ରାଜ୍ୟ ସରକାର ଏସ୍‌ଡିଆର୍‌ଏଫ୍‌ ମାଧ୍ୟମରେ ୩୫ ପ୍ରତିଶତ ଫଣ୍ଡ୍‌ ବ୍ୟବହାର କରିବାର ପ୍ରାବଧାନ ଥିଲା ତେବେ ୨୦୨୦-୨୧ରେ ଏହି ଖର୍ଚ୍ଚ ସୀମାକୁ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି। ୨୨.୧୨ ଲକ୍ଷ ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ୫୦ ଲକ୍ଷ ଟଙ୍କାର ବୀମା ସୁରକ୍ଷା ପ୍ରଦାନ କରାଯାଇଛି। ଏଥିପାଇଁ ୪୪୨.୪ କୋଟି ଟଙ୍କା ବୀମା କମ୍ପାନୀଙ୍କୁ ପ୍ରଦାନ କରାଯାଇଛି।

ସେହିପରି ୨୦୧୯-୨୦ରେ କାରୋନା ମୁକାବିଲା ଲାଗି ରାଜ୍ୟ ସରକାର ତଥା କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ ପାଇଁ ୧,୧୧୩.୨୧ କୋଟି ଟଙ୍କାର ଅତିରିକ୍ତ ସହାୟତା ଜାରି ହୋଇଛି। ଏହା ସହିତ ଏମରଜେନ୍ସି ରିସୋର୍ସ ଏବଂ ହେଲଥ୍‌ ସିଷ୍ଟମ୍‌ ପ୍ରିପେୟର୍ଡନେସ୍‌ ପାଇଁ ୮,୨୫୭.୮୯ କୋଟି ଟଙ୍କା ପ୍ରଦାନ କରାଯାଇଥିବା କେନ୍ଦ୍ର ସରକାର ସତ୍ୟାପାଠରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?