ଚନ୍ଦ୍ରଭାଗାରେ ବୋଟିଂ ପାଇଁ ୪୨ କୋଟି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚନ୍ଦ୍ରଭାଗାଠାରେ ବୋଟିଂ ଏବଂ ବେଳାଭୂମି ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୨ କୋଟି ଟଙ୍କା ବିନିଯୋଗ ହେବ। ସେହିପରି ବରଗଡ଼ ଜିଲାର ନୃସିଂହନାଥ ଏବଂ ବଲାଙ୍ଗୀର ଜିଲାର ହରିଶଙ୍କର ପୀଠରେ ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୬ କୋଟି ଟଙ୍କା ବିନିଯୋଗ କରାଯିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଭିତରକନିକା, ନୃସିଂହନାଥ ଓ ହରିଶଙ୍କର ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକର ଅଗ୍ରଗତିର ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି। ଏହିସବୁ ସ୍ଥାନରେ ପର୍ଯ୍ୟଟନ ସହାୟକ ଭିତ୍ତିଭୂମି ପୂର୍ତ୍ତ ବିଭାଗ ମାଧ୍ୟମରେ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର ପ୍ରକଳ୍ପ ସମ୍ବନ୍ଧିତ ବୈଷୟିକ, ଆର୍ଥିକ ଓ ନିରନ୍ତର ପରିଚାଳନା ବିଷୟ ଆଲୋଚନା ଉପସ୍ଥାପନ କରିଥିଲେ।
ପ୍ରକଳ୍ପଗୁଡ଼ିକର ସ୍ଥିତି ସମୀକ୍ଷା କରି ପୂର୍ତ୍ତ ବିଭାଗ ମାଧ୍ୟମରେ ସେଗୁଡ଼ିକର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ତୁରନ୍ତ ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ ପୂର୍ତ୍ତ ବିଭାଗକୁ କୁହାଯାଇଛି। ଭିତରକନିକାରେ ସୃଷ୍ଟି କରାଯାଉଥିବା ପର୍ଯ୍ୟଟନ ବିଭାଗ ସମ୍ପତ୍ତିର ରକ୍ଷଣାବେକ୍ଷଣ ଏବଂ ନିରନ୍ତର ପରିଚାଳନା ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା କରିବାକୁ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପରିଚାଳନା ଓ ରକ୍ଷଣାବେକ୍ଷଣ ନିମନ୍ତେ ସମସ୍ତ ଷ୍ଟେକ୍‌ହୋଲଡରମାନଙ୍କୁ ସାମିଲ କରି ସ୍ଥାନୀୟ କମିଟି ଗଠନ କରାଯିବ। ଏହି କାର୍ଯ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ସ୍ଥାନୀୟ ଯୁବତୀ ଯୁବକମାନଙ୍କୁ ସାମିଲ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ବୈଠକରୁ ଜଣାପଡ଼ିଛି, ଭିତରକନିକାରେ ୪ଟି ସୁବିଧା ରହିଛି। ଡାଙ୍ଗମାଳ, ଗୁପ୍ତି, ଖୋଳା ଏବଂ ଚାନ୍ଦବାଲିରେ ବ୍ୟାଖ୍ୟାନ କେନ୍ଦ୍ର, ଶୌଚାଳୟ, ଗାଡ଼ି ପାର୍କିଂ ସ୍ଥାନ ଓ ଜେଟି ଆଦି ପର୍ଯ୍ୟଟନ ସୁବିଧା ସୃଷ୍ଟି କରାଯିବ। ପ୍ରାଥମିକ ଭିତ୍ତିଭୂମି ଭାବେ ଆଗମନ ଓ ଆତିଥ୍ୟ କେନ୍ଦ୍ର, ରହଣି-କଟେଜ୍‌, ବନ୍ୟଜନ୍ତୁ ନିରୀକ୍ଷଣ ଆଦି ସ୍ଥାପନ କରାଯିବ। ତିନିଟି ପର୍ଯ୍ୟାୟରେ ବିଭିନ୍ନ ପର୍ଯ୍ୟଟନ ଉନ୍ନୟନ କାର୍ଯ୍ୟ କରାଯିବ। ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ଭିତ୍ତିଭୂମି ପାଇଁ ପ୍ରାୟ ୪୬.୨୩ କୋଟି ଟଙ୍କା ବିନିଯୋଗ କରାଯିବ। ଗୁପ୍ତି, ଖୋଳା ଏବଂ କସ୍ତୁରୀକଣଠାରେ ପର୍ଯ୍ୟଟନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଓ ବିକାଶ କରିବାକୁ ମୁଖ୍ୟ ଶାସନ ସଚିବ ଇଡ୍‌କୋକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରାପଡ଼ା ଜିଲାପାଳ ଏବଂ ରାଜନଗର ବନଖଣ୍ଡ ଅଧିକାରୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କ୍ଷେତ୍ରସ୍ତରୀୟ ତଥ୍ୟ ସହ ଉପଯୁକ୍ତ ଭିତ୍ତିଭୂମି ସମ୍ପର୍କିତ ପରାମର୍ଶ ଦେଇଥିଲେ। ସେହିପରି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ରସିଂ ପୁନିଆ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ରଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri