ଚନ୍ଦ୍ରଭାଗାରେ ବୋଟିଂ ପାଇଁ ୪୨ କୋଟି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚନ୍ଦ୍ରଭାଗାଠାରେ ବୋଟିଂ ଏବଂ ବେଳାଭୂମି ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୨ କୋଟି ଟଙ୍କା ବିନିଯୋଗ ହେବ। ସେହିପରି ବରଗଡ଼ ଜିଲାର ନୃସିଂହନାଥ ଏବଂ ବଲାଙ୍ଗୀର ଜିଲାର ହରିଶଙ୍କର ପୀଠରେ ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୬ କୋଟି ଟଙ୍କା ବିନିଯୋଗ କରାଯିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଭିତରକନିକା, ନୃସିଂହନାଥ ଓ ହରିଶଙ୍କର ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକର ଅଗ୍ରଗତିର ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି। ଏହିସବୁ ସ୍ଥାନରେ ପର୍ଯ୍ୟଟନ ସହାୟକ ଭିତ୍ତିଭୂମି ପୂର୍ତ୍ତ ବିଭାଗ ମାଧ୍ୟମରେ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର ପ୍ରକଳ୍ପ ସମ୍ବନ୍ଧିତ ବୈଷୟିକ, ଆର୍ଥିକ ଓ ନିରନ୍ତର ପରିଚାଳନା ବିଷୟ ଆଲୋଚନା ଉପସ୍ଥାପନ କରିଥିଲେ।
ପ୍ରକଳ୍ପଗୁଡ଼ିକର ସ୍ଥିତି ସମୀକ୍ଷା କରି ପୂର୍ତ୍ତ ବିଭାଗ ମାଧ୍ୟମରେ ସେଗୁଡ଼ିକର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ତୁରନ୍ତ ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ ପୂର୍ତ୍ତ ବିଭାଗକୁ କୁହାଯାଇଛି। ଭିତରକନିକାରେ ସୃଷ୍ଟି କରାଯାଉଥିବା ପର୍ଯ୍ୟଟନ ବିଭାଗ ସମ୍ପତ୍ତିର ରକ୍ଷଣାବେକ୍ଷଣ ଏବଂ ନିରନ୍ତର ପରିଚାଳନା ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା କରିବାକୁ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପରିଚାଳନା ଓ ରକ୍ଷଣାବେକ୍ଷଣ ନିମନ୍ତେ ସମସ୍ତ ଷ୍ଟେକ୍‌ହୋଲଡରମାନଙ୍କୁ ସାମିଲ କରି ସ୍ଥାନୀୟ କମିଟି ଗଠନ କରାଯିବ। ଏହି କାର୍ଯ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ସ୍ଥାନୀୟ ଯୁବତୀ ଯୁବକମାନଙ୍କୁ ସାମିଲ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ବୈଠକରୁ ଜଣାପଡ଼ିଛି, ଭିତରକନିକାରେ ୪ଟି ସୁବିଧା ରହିଛି। ଡାଙ୍ଗମାଳ, ଗୁପ୍ତି, ଖୋଳା ଏବଂ ଚାନ୍ଦବାଲିରେ ବ୍ୟାଖ୍ୟାନ କେନ୍ଦ୍ର, ଶୌଚାଳୟ, ଗାଡ଼ି ପାର୍କିଂ ସ୍ଥାନ ଓ ଜେଟି ଆଦି ପର୍ଯ୍ୟଟନ ସୁବିଧା ସୃଷ୍ଟି କରାଯିବ। ପ୍ରାଥମିକ ଭିତ୍ତିଭୂମି ଭାବେ ଆଗମନ ଓ ଆତିଥ୍ୟ କେନ୍ଦ୍ର, ରହଣି-କଟେଜ୍‌, ବନ୍ୟଜନ୍ତୁ ନିରୀକ୍ଷଣ ଆଦି ସ୍ଥାପନ କରାଯିବ। ତିନିଟି ପର୍ଯ୍ୟାୟରେ ବିଭିନ୍ନ ପର୍ଯ୍ୟଟନ ଉନ୍ନୟନ କାର୍ଯ୍ୟ କରାଯିବ। ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ଭିତ୍ତିଭୂମି ପାଇଁ ପ୍ରାୟ ୪୬.୨୩ କୋଟି ଟଙ୍କା ବିନିଯୋଗ କରାଯିବ। ଗୁପ୍ତି, ଖୋଳା ଏବଂ କସ୍ତୁରୀକଣଠାରେ ପର୍ଯ୍ୟଟନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଓ ବିକାଶ କରିବାକୁ ମୁଖ୍ୟ ଶାସନ ସଚିବ ଇଡ୍‌କୋକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରାପଡ଼ା ଜିଲାପାଳ ଏବଂ ରାଜନଗର ବନଖଣ୍ଡ ଅଧିକାରୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କ୍ଷେତ୍ରସ୍ତରୀୟ ତଥ୍ୟ ସହ ଉପଯୁକ୍ତ ଭିତ୍ତିଭୂମି ସମ୍ପର୍କିତ ପରାମର୍ଶ ଦେଇଥିଲେ। ସେହିପରି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ରସିଂ ପୁନିଆ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ରଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?