ଭୁବନେଶ୍ୱର,୧୬।୧୧: ଏନର୍ଜି ଏଫିସିଏନ୍ସି ସର୍ଭିସେସ୍ ଲିମିଟେଡ୍ (ଇଇଏସ୍ଏଲ୍) ପକ୍ଷରୁ ଓଡ଼ିଶାର ଶକ୍ତି ବିତରଣ କମ୍ପାନୀଗୁଡ଼ିକ ଲାଗି ୟୁଟିଲିଟି ଭିତ୍ତିକ ଡିମାଣ୍ଡ ସାଇଡ ମ୍ୟାନେଜମେଣ୍ଟ(ଡିଏସ୍ଏମ୍) ଆରମ୍ଭ କରାଯାଇଛି। ପର୍ଯ୍ୟାୟ ଭିତ୍ତିରେ ଏହି ଯୋଜନା ଲାଗି ରାଜ୍ୟରେ ୪୪୧ କୋଟି ଟଙ୍କା ନିବେଶ ଯୋଜନା ରଖାଯାଇଛି। ଆଗାମୀ ୩ରୁ ବର୍ଷ ଲାଗି ପ୍ରକଳ୍ପ କାର୍ଯ୍ୟାନ୍ବୟନ ଲାଗି ଇଇଏସ୍ଏଲ୍ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବ। ଆଗାମୀ ଦିନରେ ଗ୍ରାହକଙ୍କଠାରୁ ଏହି ଅର୍ଥ ରାଶି ସେବା ଯୋଗାଣ ମାଧ୍ୟମରେ ସଂଗ୍ରହ କରିବାକୁ ମଧ୍ୟ ଲକ୍ଷ୍ୟ ରଖାଯାଇଛି। ରାଜ୍ୟରେ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍(ଟିପିସିଓଡିଏଲ୍) ଏବଂ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍(ଟିପିଏନ୍ଓଡିଏଲ୍) ଏହି ପାଇଲଟ ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଇବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ଡିଏସ୍ଏମ୍ କାର୍ଯ୍ୟକ୍ରମରେ ଶକ୍ତି ସଞ୍ଚୟ କରୁଥିବା ଟେକ୍ନୋଲୋଜିଗୁଡ଼ିକର ଗ୍ରହଣୀୟତା ବୃଦ୍ଧି କରିବା ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ଗ୍ରୀନ୍ ହାଉସ ଗ୍ୟାସ୍ ନିର୍ଗମନକୁ କମାଇବା ଏବଂ ଶକ୍ତି ସଞ୍ଚୟକୁ ବଢ଼ାଇବା ଦିଗରେ ଫୋକସ ରଖାଯାଇଛି। ଉଭୟ ଝାଡ଼ଖଣ୍ଡ ଏବଂ ତେଲଙ୍ଗାନାରେ ଏହି କାର୍ଯ୍ୟକ୍ରମ ପାଇଁ ମଧ୍ୟ ଯୋଜନା ରଖାଯାଇଛି। ଏଭଳି ପଦକ୍ଷେପ ଦ୍ୱାରା ଶକ୍ତି ବିତରଣ କମ୍ପାନୀଗୁଡିକ ଆର୍ଥତ୍କ ସମସ୍ୟାକୁ ଦୂରୀକରଣ କରାଯିବା ସହ ଖାଉଟି ଲାଭବାନ୍ ହୋଇପାରିବେ ବୋଲି ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି। ଶକ୍ତି ନିରାପତ୍ତା କ୍ଷେତ୍ରରେ ଏହି କାର୍ଯ୍ୟକ୍ରମଗୁଡିକ ବିଶେଷ ସହାୟକ ହେବ ବୋଲି ଓଇଆର୍ସି ଅଧ୍ୟକ୍ଷ ୟୁ.ଏନ୍. ବେହେରା କହିଛନ୍ତି। କାର୍ଯ୍ୟକ୍ରମରେ ଗ୍ରୀଡ୍କୋ ଏମ୍ଡି ତ୍ରିଲୋଚନ ଜେନା, ପିଜି ଡାଇରେକ୍ଟର ଇନ୍ଭେଷ୍ଟମେଣ୍ଟ ସରବିନ୍ଦର ସିଂ, ଇଇଏସ୍ଏଲ୍ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସି.ପି.ଗଡ଼ନାୟକ, କ୍ଲଷ୍ଟର ମୁଖ୍ୟ ଅଭିଷେକ ଗୁପ୍ତା ପ୍ରମୁଖ ଉପସ୍ଥିତ ଥିଲେ।
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ
ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...
ହନିମୁନ୍ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…
ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍ଭିଙ୍କୁ ବିବାହ କରିଥିଲେ। ଗତ...
ସର୍ଭିସ ରୋଡ୍ ଜାମ୍, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର
ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍ଟି ବାରମ୍ବାର ଜାମ୍ ରହୁଥିବା ଦେଖିବାକୁ...
ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି
ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...
ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ
ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
Archives


