୫ ଲକ୍ଷ ଟଙ୍କାର କଫ ସିରପ୍‌, ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୧୦: ଖୋର୍ଦ୍ଧା ଜିଲାରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସ୍‌ଟିଏଫ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ତ୍ୱେ ଏହି କାରବାର କମୁନାହିଁ। ଏଥିସହ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଯୁବକ, କଲେଜ ଛାତ୍ର ଏବଂ ମହିଳାମାନଙ୍କୁ ଏଥିରେ ସାମିଲ କରାଯାଉଛି। ଶୁକ୍ରବାର ଖୋର୍ଦ୍ଧା ଅବକାରୀ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଦଓ୍ବୋନସାହିର ଅମରେଶ ବେହେରା(୨୭)। ତାଙ୍କ ନିକଟରୁ ୩୦ଗ୍ରାମ ବ୍ରାଉନସୁଗାର, ୭ଶହ କଫସିରପ୍‌ ବୋତଲ, ୪୯ହଜାର ୫୭୦ଟଙ୍କା ଓ ଏକ ବାଇକ୍‌ ଜବତ ହୋଇଛି। ଜବତ ବ୍ରାଉନସୁଗାର ଓ କଫସିରପ୍‌ର ଆନୁମାନିକ ମୂଲ୍ୟ ପ୍ରାୟ ୫ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ମୁତାବକ, ଗୁରୁବାର ରାତି ପ୍ରାୟ ୮ଟା ୩୦ରେ ସ୍ଥାନୀୟ ବିଡିଏ କଲୋନୀ ଛକରେ ଅମରେଶ ବାଇକ୍‌ ଡିକିରେ କଫସିରପ୍‌ ଏବଂ ବ୍ରାଉନସୁଗାର ପୁଡ଼ିଆ ରଖି ବିକ୍ରି କରୁଥିବା ବିଭାଗକୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ଅବକାରୀ ଇନିସପେକ୍ଟର ଭୈରବ ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସାଦା ପୋଷାକରେ ପହଞ୍ଚିି ଅମେରଶଙ୍କୁ କାବୁ କରିବା ସହ ନିଶା ସାମଗ୍ରୀ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri