ଏମ୍‌କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍‌କେୟୁଓ୍ବାଇ)। ଆସନ୍ତା ୫ ବର୍ଷ ପାଇଁ ସରକାର ଏହି ଯୋଜନାରେ ୪୮୪.୧୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହା କୃଷି ଉଦ୍ୟୋଗୀଙ୍କୁ ରିହାତି ପ୍ରଦାନ କରିବା ଦିଗରେ ସହାୟକ ହେବ। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ଉଦ୍ୟାନ କୃଷି ସେବା (ନିଯୁକ୍ତି ପ୍ରଣାଳୀ ଓ ସେବା ସର୍ତ୍ତ) ନିୟମାବଳୀ-୨୦୧୪ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଛି। ପୂର୍ବରୁ ଥିବା ନିୟମ ପଦୋନ୍ନତି ଜରିଆରେ ପଦବୀ ପୂରଣରେ ସମସ୍ୟା ସୃଷ୍ଟି କରୁଥିଲା। ଓଡ଼ିଶା ଉଦ୍ୟାନ କୃଷି ସେବା (ନିଯୁକ୍ତି ପ୍ରଣାଳୀ ଓ ସେବା ସର୍ତ୍ତ) ସଂଶୋଧନ ନିୟମାବଳୀ-୨୦୨୧ କାର୍ଯ୍ୟକାରୀ ହେବା ଫଳରେ ଖାଲିଥିବା ପଦବୀ ନିର୍ଦ୍ଧାରିତ ସମୟରେ ପଦୋନ୍ନତି ଜରିଆରେ ପୂରଣ କରାଯାଇପାରିବ। ଅନୁରୂପ ଭାବେ ରାଜ୍ୟ ସରକାର ଶିଳ୍ପ ନୀତି-୨୦୧୫କୁ ସଂଶୋଧନ କରିଛନ୍ତି। ପ୍ରସ୍ତାବିତ ସଂଶୋଧନଗୁଡିକରେ ରାଜ୍ୟରେ ପ୍ରାୟ ୧୨ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ସହ ୩୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଶିଳ୍ପ ବିଭାଗର ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି।
ସେହିପରି ରାଜ୍ୟ ସରକାର ୨୦୨୧ ନଭେମ୍ବର ୬ରୁ ଓଡ଼ିଶା ମୂଲ୍ୟଯୁକ୍ତ କର ଅଧିନିୟମ-୨୦୦୪ ଅଧୀନରେ ପେଟ୍ରୋଲ ଉପରେ ଲାଗୁ ହୋଇଥିବା ଟିକସକୁ ୩୨%ରୁ ୨୮%କୁ ଏବଂ ଡିଜେଲ ଉପରୁ ୨୮% ୨୪%କୁ ହ୍ରାସ କରିଛନ୍ତି। ଏହା ମଧ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri