କଟକ ବାଲିଯାତ୍ରାରୁ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ମନ୍ତ୍ରୀ

ଭୁବନେଶ୍ୱର,୨୧।୨: ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଶୁକ୍ରବାର ଅଧିବେଶନର ପ୍ରଶ୍ନକାଳରେ କଟକ ବାଲିଯାତ୍ରା ଉପରେ ଆଲୋଚନା ହୋଇଛି। ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ବାଲିଯାତ୍ରାରେ ଷ୍ଟଲ ନିଲାମ ପ୍ରକ୍ରିୟା ବନ୍ଦ ପାଇଁ ଦାବି କରିଥିଲେ। ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ। ଚଳିତ ଥର କଟକ ବାଲିଯାତ୍ରାରେ ମୋଟ ୨୪୩୮ ଷ୍ଟଲ ଖୋଲିଥିଲା। ନିଲାମ ଆଧାରରେ ୧୧୮୮ ଏବଂ ସ୍ଥିରୀକୃତ ଦରରେ ୧୨୫୦ ଷ୍ଟଲ ହୋଇଥିଲା। ମୋଟ ୬ କୋଟି ୩୮ ଲକ୍ଷ ୨୬ ହଜାର ୪୪୬ ଟଙ୍କା ଆଦାୟ ହୋଇଛି। ଏ ସବୁ ଜିଲାପାଳଙ୍କ ଜରିଆରେ କରାଯାଇଛି। ବାଲିଯାତ୍ରାର ସାଂସ୍କୃତିକ ପ୍ରଚାର ପ୍ରସାର ଦାୟିତ୍ୱ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ବୋଲି ମନ୍ତ୍ରୀ ଉତ୍ତର ରଖିଥିଲେ।

ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଆଶା କରାଯାଉଛି ବୋଲି ଗୃହରେ ମନ୍ତ୍ରୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ଜାତୀୟ ମାନ୍ୟତା ଦେବା UNESCOର କାମ। ଏନେଇ ବିଶେଷଜ୍ଞ ଟିମ୍‌ UNESCO ସହ ଯୋଗାଯୋଗରେ ଅଛନ୍ତି। ଆଗକୁ ଅନ୍ତର୍ଜାତୀୟ ମାନ୍ୟତା ମିଳିବାର ଆଶା ରଖାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।

ଏହି ସବୁ ଆଲୋଚନା ଭିତରେ ବାଲିଯାତ୍ରାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ ମାହାଙ୍ଗା ବିଧାୟକ । ବୈଷ୍ଣବ ପାଣି ମଞ୍ଚରେ ବମ୍ବେ କଳାକାର ଆଣି ରେକର୍ଡ ଡାନ୍ସ କରାଗଲା। ବିଧାୟକ ହିସାବରେ ମତେ ବି ଉପେକ୍ଷା କରାଗଲା । ବିଭାଗୀୟ ମନ୍ତ୍ରୀ ଷ୍ଟଲ ଆବଣ୍ଟନର ତଦନ୍ତ କରନ୍ତୁ ଏବଂ ଓଡ଼ିଆ ଅସ୍ମିତାକୁ ରକ୍ଷା କରନ୍ତୁ । ଯଦି ବରପୁତ୍ରମାନଙ୍କ ମଞ୍ଚରେ ଅଶୋଭନୀୟ ନୃତ୍ୟ ପରିବେଷଣ ହେଲା ତା’ହାଲେ ଆମେ ଆଗକୁ ଏଥିରେ ହସ୍ତକ୍ଷେପ କରିବୁ। କାରଣ ବାଲିଯାତ୍ରା ପରିଚାଳନା ଦାୟିତ୍ୱ କଟକ ସାଂସ୍କୃତିକ ପରିଷଦର ବୋଲି କହିଥିଲେ। ଏପରିକି କଟକ ତାରକସିକୁ ଜାତୀୟ ମାନ୍ୟତା ପାଇଁ ବାଙ୍କୀ ବିଧାୟକ ଦାବି କରିଥିଲେ।

ଉତ୍ତରରେ ମନ୍ତ୍ରୀ ଷ୍ଟଲ ଆବଣ୍ଟନରେ ଯେପରି ଅସଙ୍ଗତି ନ ରହିବ ସେଥିପାଇଁ ଆଗକୁ ବିଭାଗ ଦୃଷ୍ଟି ଦେବ। ଏହା ସହିତ ବିଧାୟକଙ୍କୁ କାହିଁକି ନିମନ୍ତ୍ରଣ ହେଲାନାହିଁ ସେନେଇ ମଧ୍ୟ ନଜର ଦେବୁ ବୋଲି ମନ୍ତ୍ରୀ ଉତ୍ତର ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?