ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ସହାୟତା

ଭୁବନେଶ୍ୱର,୨ା୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା କାସିବୁଗା ସହରରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେରେ ଦଳାଚକଟା ଘଟି ଓଡ଼ିଆ ଯୁବତୀ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡା ଥାନା ଅନ୍ତର୍ଗତ ଗୁଡ଼ିପଦର ଗ୍ରାମର ରାଙ୍ଗଲା ରୂପା(୧୯)ଙ୍କ ମୃତ୍ୟୁ ଘଟିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଜାଣିବା ପରେ ଗଭୀର ଶୋକ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏପରିକି ମୃତ ଯୁବତୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ସୂଚନା ଯୋଗ୍ୟ, ଦଳାଚକଟା ଘଟଣାରେ ଓଡ଼ିଆ ଯୁବତୀଙ୍କ ସମେତ ୯ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ୮ ମହିଳା ଓ ଜଣେ ୧୨ ବର୍ଷର ବାଳକ ବୋଲି ଜଣାପଡିଛି।

ମିନି ତିରୁପତି ମନ୍ଦିର ନାମରେ ପରିଚିତ ନବନିର୍ମିତ ଭେଙ୍କଟେଶ୍ୱର ମନ୍ଦିର ମାତ୍ର ୪ ମାସ ହେଲା ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଥିଲା। ଏଥିରେ ପ୍ରବେଶ ଓ ପ୍ରସ୍ଥାନ ପଥ ଗୋଟିଏ ରହିଛି। ଶନିବାର ଏକାଦଶୀ ଥିବାରୁ ପ୍ରବଳ ଭିଡ଼ ହୋଇଥିଲା। ପାହାଚ ପାଖରେ ଏକ ଲୁହା ଗ୍ରିଲ୍‌ ଭୁଶୁଡ଼ି ପଡ଼ିବାରୁ କିଛି ଗୋଟାଏ ଖସିପଡ଼ିବ ଭାବି ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା ଓ କେତେଜଣ ଲୋକ ୬ ଫୁଟ୍‌ ତଳକୁ ଖସିପଡ଼ିଥିଲେ। ଜଣକ ଉପରେ ଅନ୍ୟ ଜଣେ ପଡ଼ିଯିବାରୁ ଦଳାଚକଟା ଘଟିଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ପ୍ରତି ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଘଟଣା ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri