କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା ବେହେରା ନିର୍ମାଣସ୍ଥଳରେ ଭୂମି ପୂଜା କରିଥିଲେ l ଛତ୍ରପୁର ଲୋକପ୍ରିୟ ଯୁବ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଦୁଇଟି ପର୍ଯ୍ୟାୟରେ ୯ ଲକ୍ଷ ଲେଖାଏ ୧୮ ଲକ୍ଷ ନିଜସ୍ବ ପାଣ୍ଠିରୁ ପ୍ରଦାନ କରିଥିବା ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ୬୦ ଲକ୍ଷ ଟଙ୍କା ବ୍ୟୟଅଟକଳ ହୋଇଥିବା ସେ କହିଛନ୍ତି l ବଳକା ଅର୍ଥ ବିକଶିତ ଗାଁ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ପ୍ରଦାନ କରିବ ବୋଲି ଜଣାପଡ଼ିଛି।

ସେହିପରି ବିକଶିତ ଓଡ଼ିଶା ଅର୍ଥରେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୧୪ ଲକ୍ଷ ୪୩ ହଜାର ଟଙ୍କା ବ୍ୟୟ ଅଟକଳରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ,୫ ଲକ୍ଷ ୨୮ ହଜାର ଟଙ୍କାରେ ମଲାଡ଼ ମଝି ସାହି ଫେବର ବ୍ଲକ ରାସ୍ତା ଏବଂ ମଲାଡ଼ ଗ୍ରାମ ଅଭିରାମ ପରମ ହଂସ ମଠ ନିକଟରେ ଉକ୍ତ ଫଣ୍ଡରୁ ୭ ଲକ୍ଷ ଟଙ୍କାରେ ଏକ ଗୃହ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବା ସରପଞ୍ଚ ପ୍ରତିନିଧି ବେହେରା ସୂଚନା ଦେଇଛନ୍ତି l ବ୍ଲକ ପ୍ରଶାସନ ପକ୍ଷରୁ ଜି ଆଇ ଫଣ୍ଡରେ ୫ ଲକ୍ଷ ଟଙ୍କାର ଫେବର ରୋଡ୍‌ ନିର୍ମାଣ କାର୍ଯ୍ୟ ଚାଲିଥିବା ଜଣପଡ଼ିଛି। ଭୂମି ପୂଜା ବେଳେ ସରପଞ୍ଚ ମମତା ବେହେରାଙ୍କ ସମିତି ସଭ୍ୟାଙ୍କ ପ୍ରତିନିଧି ଲିଙ୍ଗରାଜ ମହାପାତ୍ରଙ୍କ ସମେତ ଭାଜପା ଯୁବ ସଂଗଠକ ଏ. କ୍ରିଷ୍ଣା, ସାମାଜିକକର୍ମୀ ଗିରି ପାତ୍ର,ସନ୍ତୋଷ ସାହୁ ଏବଂ ଗ୍ରାମ୍ୟ ଭଦ୍ର ବ୍ୟକ୍ତି ଉପସ୍ଥିତ ଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?