Posted inଜାତୀୟ

ଛତିଶଗଡ଼ରେ ୬୦୦କୋଟି ଟଙ୍କାର ଦୁର୍ନୀତି, ଜନସାଧାରଣଙ୍କ ପ୍ରତି ଏକ ଛଳନା: ଭାଜପା…

ନୂଆଦିଲ୍ଲୀ,୨୬।୯ : ଚଳିତ ବର୍ଷର ଶେଷରେ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଛତିଶଗଡ ଏବଂ ରାଜସ୍ଥାନ ଭଳି ରାଜ୍ୟରେ କଂଗ୍ରେସକୁ କ୍ଷମତାରୁ ହଟାଇବାକୁ ଭାଜପା ଯୋଜନାବଦ୍ଧ ଭାବେ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ଭାଜପାର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଭୁପେଶ ବାଘେଲ ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣିଛନ୍ତି।

ଛତିଶଗଡ଼ ସରକାର ୬୦୦କୋଟି ଟଙ୍କାର ଦୁର୍ନୀତ କରିଛନ୍ତି। ରାଜ୍ୟର କଂଗ୍ରେସ ସରକାର ମାଓବାଦୀମାନଙ୍କ ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ରାଜ୍ୟରେ କେନ୍ଦ୍ରୀୟ ଯୋଜନାକୁ ଅବରୋଧ କରାଯାଇଛି। ଶାସକ ଦଳ ଧର୍ମାନ୍ତରୀକରଣ ବିରୋଧୀ ଆଇନ ବିରୋଧରେ ଛିଡା ହୋଇଛି। ଏଭଳି କରି ଛତିଶଗଡର ଲୋକଙ୍କ ପ୍ରତି ସରକାର ବିଶ୍ୱାସଘାତକତା କରିଛନ୍ତି।

ଛତିଶଗଡରୁ ଲକ୍ଷ ଲକ୍ଷ କୃଷକ ପଞ୍ଜୀକୃତ ହୋଇଥିଲେ ମଧ୍ୟ ସେମାନଙ୍କର ଆବେଦନଗୁଡିକ ଯାଞ୍ଚ ହୋଇପାରିଲା ନାହିଁ। ଆଜି ଛତିଶଗଡର କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଷାନ ସମ୍ମାନ ନିଧିର ବାର୍ଷିକ ୬ ହଜାର ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ଟଙ୍କା କିପରି ଅନ୍ନଦାତାଙ୍କ ପାଖରେ ନ ପହଞ୍ଚିବ ତାହା କଂଗ୍ରେସ ହିଁ କରିଛି।

କଂଗ୍ରେସ ସରକାରଙ୍କ ଅମଳରେ ଛତିଶଗଡରେ କୋଟି କୋଟି ଟଙ୍କାର ସ୍କାମ ହୋଇଛି। ରାଜ୍ୟରେ କଂଗ୍ରେସ ସରକାରଙ୍କ ଦ୍ୱାରା ଖଣି ମାଫିଆ ଏବଂ ଅପରାଧୀଙ୍କୁ ନୂଆ ନୂଆ ସୁଯୋଗ ଦିଆଯାଇଛି। କରୋନା ମହାମାରୀ ସମୟରେ ସଂଗୃହୀତ ହୋଇଥିବା ଉପକର(ସେସ) କୁାଡେଗଲା ତାହାର ହିସାବ କିଏ ଦେବ? ରାଜ୍ୟରେ ଯୌନ ଉତ୍ପୀଡ଼ନ ମାମଲାରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ଆଇନ ଶୃଙ୍ଖଳା ଭୁଶୁଡି ପଡ଼ିଛି। ସାଧାରଣ ଲୋକଙ୍କୁ ଜଙ୍ଗଲ ଆଇନ ଭୋଗୀବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri