Posted inଜାତୀୟ

୬୯ ହଜାର କୋଟିର ଦେଶଭକ୍ତି ବଜେଟ: ସ୍ବାସ୍ଥ୍ୟ ପାଇଁ ୯୯୩୪ କୋଟି

ନୂଆଦିଲ୍ଲୀ,୯।୩: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ୬୯ ହଜାର କୋଟି ଟଙ୍କାର ଦେଶଭକ୍ତି ବଜେଟ ମଙ୍ଗଳବାର ଘୋଷଣା କରାଯାଇଛି। ଦିଲ୍ଲୀ ଅର୍ଥମନ୍ତ୍ରୀ ମନିଶ ସିସୋଦିଆ ପେପରଲେସ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ବଜେଟରେ ସ୍ବାସ୍ଥ୍ୟ ପାଇଁ ୯୯୩୪ କୋଟି ଟଙ୍କା ଆବଣ୍ଟିତ କରାଯାଇଛି। ଯାହାକି ମୋଟ ବଜେଟର ୧୪ ପ୍ରତିଶତ ବୋଲି ସେ ସୂଚନା ଦେଇଛନ୍ତି। ମହିଳାଙ୍କ ପାଇଁ ସ୍ବତନ୍ତ୍ର କ୍ଲିନିକ୍‌ ସ୍ଥାପନା କରାଯିବା ସହିତ ସମସ୍ତଙ୍କୁ ହେଲଥ୍‌ କାର୍ଡ ଯୋଗାଇ ଦିଆଯିବ। ସେହିପରି ମାଗଣା କରୋନା ଟିକା ପାଇଁ ୫୦ କୋଟି ଆବଣ୍ଟିତ କରାଯାଇଛି। ୨୦୨୨ ଅଗଷ୍ଟ ୧୫ରେ ଦେଶରେ ୭୫ତମ ସ୍ବାଧିନତା ଦିବସ ପାଳନ କରାଯିବ। ଏହାକୁ ଦୃଷ୍ଟିରେ ରଖି ୨୦୨୧ ମାର୍ଚ୍ଚ ୧୨ଠାରୁ ରାଜ୍ୟରେ ସ୍ବାଧିନତା ମହୋତ୍ସବ ୭୫ ସପ୍ତାହ ଧରି ପାଳନ କରାଯିବ। ଏହି ଅବସରରେ ୫୦୦ ତ୍ରିରଙ୍ଗା ବିଭିନ୍ନ ସ୍ଥାନରେ ସ୍ଥାପିତ ହେବ। ଏଥିପାଇଁ ୪୫ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ୨୦୪୭ ସୁଦ୍ଧା ସ୍ଥାନୀୟ ବାସିନ୍ଦାଙ୍କ ଆୟରେ ୧୬ ଗୁଣା ବୃଦ୍ଧି ଲକ୍ଷ୍ୟ ନେଇ ସରକାର ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri