ପାହାଡର ଉନ୍ନତି ପାଇଁ ୮ କୋଟି ବ୍ୟୟ ହେବ : ଏନଏସଏସ କ୍ୟାମ୍ପ ଉଦଘାଟିତ

ଭଞ୍ଜନଗର,୧୫/୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସପ୍ତାହ ବ୍ୟାପି ହେବାକୁ ଥିବା ମେଗା ଚାରା ରୋପଣ କାର୍ଯ୍ୟକ୍ରମ ସୋମବାର ଉଦଘାଟିତ ହୋଇଯାଇଛି। ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ
ଆର୍ଥିକ ସହାୟତାରେ କେଏସୟୁ ବି କଲେଜ ଜାତୀୟ ସେବା ଯୋଜନା ଶାଖା (୧) ଏବଂ ଶାଖା ୨ ମିଳିତ ସହଯୋଗରେ ଚାରା ରୋପଣ କାର୍ଯ୍ୟକ୍ରମ ହୋଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରାରୋପଣ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।
ଏହି ଅବସରରେ ବିଧାୟକ ନାୟକ ଜାତୀୟ ସେବା ଯୋଜନା ସ୍ବେଚ୍ଛାସେବୀ ମାନଙ୍କୁ ସେମାନଙ୍କ କାର୍ଯ୍ୟ ପାଇଁ ପ୍ରଶଂସା କରିବା ସହ ପାଠ ପଢି ଭଲ ମଣିଷଟିଏ ହେବାପାଇଁ କହିଥିଲେ। ଏଥିସହ ଭଞ୍ଜନଗର ସହର ମଝିରେ ଥିବା ଗାନ୍ଧୀ କୈଳାସ ପାହାଡର ଉନ୍ନତିକରଣ ପାଇଁ ୮ କୋଟି ଟଙ୍କା ବ୍ୟୟ କରାଯିବ। ଏହାଦ୍ବାରା ପ୍ରକୃତିର ସୁରକ୍ଷା ହୋଇପାରିବ। ଜଙ୍ଗଲ ରହିଲେ ହିଁ ମାନବ ସମାଜ ତିଷ୍ଟିବ। ତେଣୁ ଆମେ ସମସ୍ତେ ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ବିଧାୟକ ନାୟକ ଉପସ୍ଥିତ ସ୍ବେଚ୍ଛାସେବୀ ମାନଙ୍କୁ ଆହ୍ବାନ କରିଥିଲେ।
କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ରଥ, ଡ ରବିନ୍ଦ୍ର ମିଶ୍ର, ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ସୁନିତା ଖଣ୍ଡୁଆଳ, ସ୍ମରଣିକା ପାଢ଼ୀ,ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୂଳପାଣି ଶତପଥି, ସ୍ବେଛାସେବୀ ପ୍ରଶାନ୍ତ ରାଉତ ପ୍ରମୁଖ ଉପସ୍ଥିତ ରହି ସ୍ବେଛାସେବୀ ମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଯୋଜନା ଅଧିକାରୀ ଶାଖା (୧) ବି ପ୍ରଧାନ, ସହ ଯୋଜନା ଅଧିକାରୀ ବୁଧିନାଥ ବରିହା, ଶାଖା ୨ ଯୋଜନା ଅଧିକାରୀ ସସ୍ମିତା ଦାସ, ଅଧ୍ୟାପିକା ମାମାଲି ନାୟକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri