କରୋନା ଟିକା ପାଇଁ ଲୋଡ଼ା ୮୦ ହଜାର କୋଟି

ନୂଆଦିଲ୍ଲୀ: ଦେଶ ମଧ୍ୟରେ ସମସ୍ତଙ୍କୁ କରୋନା ଟିକା ଯୋଗାଇଦେବା ଲାଗି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ସରକାରଙ୍କୁ ୮୦ ହଜାର କୋଟି ଟଙ୍କା ଲୋଡ଼ା ପଡିବ। ପୁଣେ ସ୍ଥିତ ସେରମ୍‌ ଇନ୍‌ଷ୍ଟିଚ୍ୟୁଟର ଅଧ୍ୟକ୍ଷ ଆଦର ପୁନାଓ୍ବାଲା ଏଭଳି ଆକଳନ କରିଛନ୍ତି। ଏହା ଏକ ବଡ଼ ଚ୍ୟାଲେଞ୍ଜ ହୋଇଥିବା ବେଳେ ସ୍ଥିତିକୁ ସମ୍ଭାଳିବା କଷ୍ଟକର ବୋଲି ସେ ଏକ ଟୁଇଟରେ ଏହା କହିଛନ୍ତି। କରୋନା ସଂକ୍ରମଣ ବର୍ତ୍ତମାନ ସାରା ଦେଶରେ ତୀବ୍ରତର ହୋଇଛି। ଏଭଳି ସ୍ଥିତିରେ ସମସ୍ତଙ୍କୁ ଟିକା ଯୋଗାଇଦେବାର ଆବଶ୍ୟକତା ରହିଛି। ସରକାର ଏଥିଲାଗି ପ୍ରସ୍ତୁତ ଅଛନ୍ତି କି ନାହିଁ ସେ ପ୍ରଶ୍ନ ଉଠାଇଛନ୍ତି। କାରଣ ଏଥିଲାଗି ଏକ ସ୍ବତନ୍ତ୍ର ଯୋଜନା ହାତକୁ ନେବାକୁ ପଡିବ। ଘରୋଇ ବଜାର ଏବଂ ବିଦେଶୀ କମ୍ପାନୀଗୁଡିକଠାରୁ ଟିକା ସଂଗ୍ରହ କରିବା ଏବଂ ବଣ୍ଟନ କରିବାରେ ବିଭିନ୍ନ ସମସ୍ୟା ଉପୁଜିବ। ଏହି ସମସ୍ୟାକୁ କିଭଳି ସମାଧାନ କରାଯିବ ଓ ଅର୍ଥ କେଉଁଠାରୁ ଆସିବ ସେ ନେଇ ସରକାରଙ୍କ ସହ ବିଶେଷଜ୍ଞମାନେ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri