ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି ପାଇଛି। ଏହାକୁ ଲକ୍ଷ୍ୟ ରଖି ମନ୍ଦିର ଓ ଏହାର ପାଶର୍‌ବବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ୮୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଥିବା ବେଳେ ବିକାଶ କାର୍ଯ୍ୟ ଆରମ୍ଭ ପୂର୍ବରୁ ଗୁରୁବାର ସତ୍ୟବାଦୀ ବିଧାୟକ ତଥା ପୁରୀ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଓମ୍‌ ପ୍ରକାଶ ମିଶ୍ର ବରାଳ ଗ୍ରାମରେ ସ୍ଥାନୀୟ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ସହ ପହଞ୍ଚି ଅନୁଧ୍ୟାନ କରିଥିଲେ। ଏହି ଅବସରରେ ମନ୍ଦିରର ବିଭିନ୍ନ ସମସ୍ୟା ଓ ଭକ୍ତମାନଙ୍କ ଆବଶ୍ୟକତା ସମ୍ପର୍କରେ ମିଶ୍ର ସେବାୟତ ଓ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏହି ଆବଶ୍ୟକତା ସମ୍ପର୍କରେ ଦୃଷ୍ଟିଗୋଚର କରିବା ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ପ୍ରଥମ ପର୍ଯ୍ୟାୟରେ ୮୫ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି ବୋଲି ସେ କହିଥିଲେ। ଏହି ପ୍ରକଳ୍ପରେ ଠାକୁରଙ୍କ ମନ୍ଦିର ମରାମତି ଓ ରଙ୍ଗ, ରୋଷଶାଳା ନବୀକରଣ, ପ୍ରସାଦ ସେବନ ନିମନ୍ତେ କୋଠି ଅଗଣାରେ ଆନନ୍ଦ ବଜାର ନିର୍ମାଣ, ପାନୀୟଜଳ, ପରିମଳ, ଆଲୋକୀକରଣ, ବେଢା ଚଟାଣ ନବୀକରଣ, ପଦ ପ୍ରକ୍ଷାଳନ, ଶୌଚାଳୟ, ସ୍ନାନ ଗୃହ ସହ ବସ୍ତ୍ର ପରିଧାନ, ରାସ୍ତା ସମ୍ପ୍ରସାରଣ ଏବଂ ଡ୍ରେନେଜ୍‌ ବ୍ୟବସ୍ଥା ଅନ୍ତର୍ଭୁକ୍ତ ରହିଛି। ଖୁବ୍‌ଶୀଘ୍ର କାମ ଆରମ୍ଭ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିସହିତ ଆଗକୁ ପ୍ରସ୍ତାବିତ ପରିକ୍ରମା ପ୍ରକଳ୍ପ ପାଇଁ ଯୋଜନା ରହିଥିବାରୁ ମନ୍ଦିର ଚତୁଃପାର୍ଶ୍ୱରେ ରହିଥିବା ସରକାରୀ ଜମି ଓ ମନ୍ଦିର ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ବିଧାୟକ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ବିକଶିତ ପ୍ରକଳ୍ପର ଚୂଡ଼ାନ୍ତ ନକ୍ସା ସହ ଅନୁଧ୍ୟାନ କରାଯିବା ପରେ ବରାଳ ବାଲୁଙ୍କେଶ୍ୱର ମନ୍ଦିର ଦେବୋତ୍ତର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଥିଲା।

ଉକ୍ତ ବୈଠକରେ ବାଲୁଙ୍କେଶ୍ୱର ମନ୍ଦିର ପରିଚାଳନା କମିଟି ସଭାପତି ତଥା ସତ୍ୟବାଦୀ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ, ସଦସ୍ୟ ତଥା ବିଡିଓ ଦେବାଶିଷ ନାୟକ, ସଦସ୍ୟ ରଞ୍ଜନ ବରାଳ, ସେବାୟତ ସଦସ୍ୟ ସୁମନ୍ତ ମହାପାତ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ଲକ୍ଷ୍ମୀଧର ପଣ୍ଡା, ସହକାରୀ ଯନ୍ତ୍ରୀ ଶ୍ୱେତା ନାୟକ, କନିଷ୍ଠ ଯନ୍ତ୍ରୀ ନୀଳିମା ମହାନ୍ତି, ଜିଲାପରିଷଦ ସଭ୍ୟ ରତିକାନ୍ତ ମିଶ୍ର, ସଭ୍ୟା ବିଷ୍ଣୁପ୍ରିୟା ବରାଳ, ଧ୍ରୁବଚରଣ ଦାସ, ସେବାୟତ ସୁଧୀର ମହାପାତ୍ର, ବିଜୟ ମହାପାତ୍ର, ନବୀନ ମହାପାତ୍ର ଓ ବସନ୍ତ ମହାପାତ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?