ଚଞ୍ଚକତା କରି ୮୮ଲକ୍ଷ ଟଙ୍କା ହଡ଼ପ: ବନ୍ଧା ହେଲେ ଏନ୍‌ଜିଓ ନିର୍ଦ୍ଦେଶକ, କୋଷାଧ୍ୟକ୍ଷ

ଢେଙ୍କାନାଳ ଅଫିସ, ୧୯।୭-ଚଞ୍ଚକତା କରି ୮୮ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ସଦର ଥାନା ମୂଳିସିଂହସ୍ଥିତ ସ୍ବେଚ୍ଛାସେବୀ ସଂସ୍ଥା ‘ଜନଜାଗରଣ କେନ୍ଦ୍ର’ର ନିର୍ଦ୍ଦେଶକ ରତିକାନ୍ତ ନାୟକ ଏବଂ କୋରିଅଁା ଅଞ୍ଚଳର କୋଷାଧ୍ୟକ୍ଷ ଉପେନ୍ଦ୍ର ନାୟକଙ୍କୁ ରବିବାର ଟାଉନ ଥାନା ପୋଲିସ ଗିରଫ କରିଛି। ଅଭିଯୋଗରୁ ଜଣାପଡିଛି, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ମୂଳିସିଂହସ୍ଥିତ ଉକ୍ତ ସ୍ବେଚ୍ଛାସେବୀ ସଂସ୍ଥାର ଘର ଏବଂ ଜମି ଅଧିଗ୍ରହଣ ହୋଇଥିଲା। ଏଥିଲାଗି ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଢେଙ୍କାନାଳ ସହରରେ ଥିବା ସଂସ୍ଥାର ଏକ ବ୍ୟାଙ୍କ ଆକାଉଣ୍ଟକୁ ୮୮ଲକ୍ଷ ୧୬ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ତେବେ ସଂସ୍ଥାର ନିର୍ଦ୍ଦେଶକ ଏବଂ କୋଷାଧ୍ୟକ୍ଷ ଏହାକୁ ହଡ଼ପ କରି ନେଇଥିବା ପୂର୍ବତନ କୋଷାଧ୍ୟକ୍ଷ ନିଗମାନନ୍ଦ ନନ୍ଦ ଅଭିଯୋଗ କରିଥିଲେ। ଏ ନେଇ ନଂ. ୬୬/୨୦, ଦଫା ୪୨୦, ୪୦୯, ୪୭୧, ୪୬୭ ଓ ୧୨୦ (ବି)ରେ ଏକ ମାମଲା ରୁଜୁ କରାଯାଇଥିବା ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ସୂଚନା ଦେଇଛନ୍ତି। ଟାଉନ ଥାନା ଏସ୍‌ଆଇ ସାବିତ୍ରୀ ପଣ୍ଡା ଘଟଣାର ତଦନ୍ତ କରୁଛନ୍ତି। ରତିକାନ୍ତ ଷ୍ଟେଶନରୋଡରେ ରହୁଥିବାବେଳେ ଉପେନ୍ଦ୍ରଙ୍କ ଘର କୋରିଅଁା ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri