Posted inଜାତୀୟ

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ ରବିବାର ଅଭିଯୋଗ କରିଛନ୍ତି। ଭାଗବତ ଶନିବାର ନ୍ୟୁୟର୍କରେ ଉଦ୍‌ବୋଧନ ଦେଇ ବିବିଧତା ମଧ୍ୟରେ ଏକତା ଭାରତର ଡିଏନ୍‌ଏରେ ରହିଥିବା କହିଥିଲେ। ଯଦି କୌଣସି ହିନ୍ଦୁ ଭାବୁଥାନ୍ତି ଯେ ଭାରତରେ ମୁସଲମାନ ରହିବା ଉଚିତ ନୁହେଁ, ତେବେ ଉକ୍ତ ବ୍ୟକ୍ତି ହିନ୍ଦୁ ନୁହନ୍ତି ବୋଲି ଭାଗବତ କହିଥିଲେ। ଏହା ଉପରେ ପ୍ରତିକ୍ରିୟା ରଖି କଂଗ୍ରେସ, ଟିଏମ୍‌ସି, ଆପ୍‌ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକ କହିଛନ୍ତି, ଭାଗବତ ଏନେଇ ଭାଜପା ନେତା ଏବଂ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ଘୃଣା ପ୍ରସାର କରୁଥିବା ସଂଗଠନଗୁଡ଼ିକୁ ବୁଝାଇବା ଉଚିତ। ଭାଗବତ ମିଛ କହିବା ବନ୍ଦ କରନ୍ତୁ। ଆର୍‌ଏସ୍‌ଏସ୍‌ର ଡିଏନ୍‌ଏରେ ଘୃଣା ଏବଂ ସମ୍ପ୍ରଦାୟବାଦ ରହିଥିବା କଂଗ୍ରେସ ମୁଖପାତ୍ର ଶାମା ମୋହମେଦ କହିଛନ୍ତି। ଭାଗବତ ବିଦେଶରେ ବିବିଧତାକୁ ଗ୍ରହଣ କରୁଛନ୍ତି, ଅଥଚ ଦେଶ ଭିତରେ ଏହାକୁ ସହ୍ୟ କରିପାରୁ ନାହାନ୍ତି ବୋଲି କପିଲ ସିବଲ କହିଛନ୍ତି। ଭାଗବତଙ୍କ ମନ୍ତବ୍ୟକୁ ଟିଏମ୍‌ସି ଏମ୍‌ପି ସାଗରିକା ଘୋଷ ଛଳନାପୂର୍ଣ୍ଣ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri