Posted inଜାତୀୟ

ଏମିତି କ’ଣ କହିଦେଲେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ, ଖୁସି ହୋଇଗଲା କଂଗ୍ରେସ; ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୭: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ପ୍ରମୁଖ ମୋହନ ଭାଗବତ ଗୁରୁବାର ଝାଡ଼ଖଣ୍ଡରେ ଆୟୋଜିତ ଗ୍ରାମସ୍ତରୀୟ କର୍ମକର୍ତ୍ତା ବୈଠକରେ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ଏଭଳି କିଛି ବୟାନ ଦେଇଛନ୍ତି ଯାହାକୁ ନେଇ କଂଗ୍ରେସ ଖୁସି ହେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରୁଛି।

ମୋହନ ଭାଗବତ କହିଥିଲେ ଯେ,ପ୍ରଗତିର କୌଣସି ଅନ୍ତ ନାହିଁ। ଯେତେବେଳେ ଆମେ ନିଜର ଲକ୍ଷ୍ୟରେ ପହଞ୍ଚିଥାଏ, ଆମେ ଦେଖୁ ଯେ ଆହୁରି ଅନେକ କିଛି କରିବା ବାକି ଅଛି। ଲୋକେ ସୁପରମ୍ୟାନ୍‌,ତା’ପରେ ଦେବତା ଏବଂ ପୁଣି ଭଗବାନ ହେବାକୁ ଚାହୁଁଛନ୍ତି। ହେଲେ ଭଗବାନ କୁହନ୍ତି ଯେ ସେ ବିଶ୍ୱସ୍ବରୂପ। ତା’ଠାରୁ ବଡ଼ କିଛି ଅଛି ବୋଲି କେହି ଜାଣିନାହାନ୍ତି। ଉଭୟ ଆଭ୍ୟନ୍ତରିଣ ଏବଂ ବାହ୍ୟ ବିକାଶର କୌଣସି ଅନ୍ତ ନାହିଁ। ଏହା ଏକ ନିରନ୍ତର ପ୍ରକ୍ରିୟା। ବହୁତ କିଛି କରାଯାଇଛି, ତଥାପି ବହୁତ କିଛି ବାକି ଅଛି। ଲୋକଙ୍କୁ ମାନବଜାତିର କଲ୍ୟାଣ ପାଇଁ ନିରନ୍ତର ପ୍ରୟାସ କରିବା ଉଚିତ, କାରଣ ବିକାଶ ଏବଂ ମାନବୀୟ ଅଭିଳାଷର ଅନ୍ତ ନାହିଁ।

ଏହି ବୟାନ ଉପରେ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ପ୍ରତିକ୍ରିୟା ରଖିଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ମୁଁ ନିଶ୍ଚିତ ଯେ ଆତ୍ମଘୋଷିତ ନନ୍‌-ବାୟୋଲୋଜିକାଲ ପ୍ରଧାନମନ୍ତ୍ରୀଙ୍କୁ ଏହି ତାଜା ଅଗ୍ନି ମିସାଇଲର ଖବର ମିଳିଥିବ, ଯାହାକୁ ନାଗପୁର ଝାଡ଼ଖଣ୍ଡରୁ ଲୋକ କଲ୍ୟାଣ ମାର୍ଗକୁ ଟାର୍ଗେଟ କରି ମିସାଇଲ ଛଡ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri