Posted inଜାତୀୟ

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର  ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ ପକ୍ଷରୁ କୁହାଯାଇଛି ଯେ, ସେ ମୁମ୍ବାଇରେ ଦେଶର ‘ଜେନ୍-ଜି’ (Gen-Z) ଏବଂ ‘ଜେନ୍ ଆଲଫା’ (Gen Alpha) ଙ୍କୁ ସମ୍ବୋଧିତ କରିବେ।

ଏହି କାର୍ଯ୍ୟକ୍ରମ ‘ଇଣ୍ଡିଆଜ୍ ଇଣ୍ଟରନ୍ୟାସନାଲ୍ ମୁଭମେଣ୍ଟ ଟୁ ୟୁନାଇଟ୍ ନେସନ୍ସ’ (I.I.M.U.N.) ର ୧୫ଶ ବାର୍ଷିକୋତ୍ସବ ଏବଂ ଏହାର ବାର୍ଷିକ ଚାମ୍ପିୟନସିପ୍ କନଫରେନ୍ସର ଉଦ୍ଘାଟନୀ ସମାରୋହ ଅବସରରେ ଆୟୋଜିତ ହେବାକୁ ଯାଉଛି। ଏହି ସମ୍ମିଳନୀରେ ଦେଶର ୧୦୦ରୁ ଅଧିକ ସହରରୁ ୧୫ରୁ ୧୯ ବର୍ଷ ବୟସର ୨,୦୦୦ରୁ ଅଧିକ ଛାତ୍ରଛାତ୍ରୀ ଭାଗ ନେବେ।

IIMUN ହେଉଛି ଯୁବକମାନଙ୍କ ଦ୍ୱାରା ପରିଚାଳିତ ଏକ ମଞ୍ଚ, ଯାହା ଭାରତର ୨୭୫ଟି ସହର ଏବଂ ୪୦ରୁ ଅଧିକ ଦେଶରେ ବ୍ୟାପିଛି। ଆରଏସଏସ ଅନୁଯାୟୀ, ଏହି ସଂଗଠନ ୨୦୧୧ ମସିହାରେ ପ୍ରତିଷ୍ଠା ହୋଇଥିଲା, ଯାହାକୁ ୧୫ରୁ ୨୪ ବର୍ଷର ଯୁବବର୍ଗ ପରିଚାଳନା କରନ୍ତି। ଏହାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଏପର୍ଯ୍ୟନ୍ତ ୭.୫ କୋଟିରୁ ଅଧିକ ଯୁବକ ଏବଂ ୧.୫ ଲକ୍ଷରୁ ଅଧିକ ସ୍କୁଲ-କଲେଜ ଯୋଡ଼ି ହୋଇସାରିଛନ୍ତି।

ସୂଚନାଯୋଗ୍ୟ ଯେ, ନିକଟରେ ଦିଲ୍ଲୀରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ମୁଦ୍ଦା ରାସ୍ତାରୁ ସଂସଦ ପର୍ଯ୍ୟନ୍ତ ଉଠିଛି। ବିରୋଧୀ ଦଳ ଏହାକୁ ‘Gen-Z ଆନ୍ଦୋଳନ’ ବୋଲି କହିଥିଲେ। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକର କହିବା କଥା ଯେ, Gen-Z ସରକାରଙ୍କୁ ବାଧ୍ୟ କରିଥିଲେ, ଯାହା ଫଳରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା। ଦିଲ୍ଲୀ ଆନ୍ଦୋଳନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଇନ୍‌ଷ୍ଟାଗ୍ରାମ୍‌ରେ ୫ ଥର Gen-Z ଙ୍କ ସହ ସୀଧାସଳଖ କଥା ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?