Posted inଜାତୀୟ

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ ଆରଏସଏସକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ହୁସେନ ଡାଲୱାଇ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ (ଆରଏସଏସ) କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ଆରଏସଏସକୁ ଆତଙ୍କବାଦୀ ସଂଗଠନ ବୋଲି ବର୍ଣ୍ଣନା କରିଛନ୍ତି ଏବଂ ଏହି ସଂଗଠନ ଲୋକଙ୍କୁ ହିଂସା ଶିକ୍ଷା ଦେଉଛନ୍ତି ବୋଲି କହିଛନ୍ତି।

କଂଗ୍ରେସ ନେତା ହୁସେନ କହିଛନ୍ତି, ଆରଏସଏସ ଏକ ଆତଙ୍କବାଦୀ ସଂଗଠନ। ସେମାନେ ଲୋକଙ୍କୁ ହିଂସା ଶିକ୍ଷା ଦିଅନ୍ତି। ଆରଏସଏସ ପିଲାମାନଙ୍କୁ ଚାରିଟି ଜିନିଷ ଶିଖାଏ। ପ୍ରଥମତଃ, ସେମାନେ ପିଲାମାନଙ୍କୁ ମିଛ କହିବା ଶିଖାନ୍ତି। ଦ୍ୱିତୀୟତଃ, ସେମାନେ ପିଲାମାନଙ୍କୁ ହିଂସା ଶିକ୍ଷା ଦିଅନ୍ତି। ଯାହା ସମ୍ପୂର୍ଣ୍ଣ ଭୁଲ ଅଟେ। ସେମାନେ କହନ୍ତି ଯେ, ମହାତ୍ମା ଗାନ୍ଧୀଙ୍କ କାରଣରୁ ଦେଶ ବିଭାଜନ ହୋଇଛି। ଏହାଦ୍ୱାରା ଲୋକମାନେ ଭୟଭୀତ ହୁଅନ୍ତି।

ଆରଏସଏସ ଏକ ବିପଜ୍ଜନକ ସଂଗଠନ ଏବଂ ମୁଁ ଏହାର ପ୍ରମାଣ ଦେଉଛି ବୋଳି ହୁସେନ କହିଛନ୍ତି। ପ୍ରଥମ ପ୍ରମାଣ ହେଉଛି, ଜନ ସଂଗଠନର ପ୍ରତିଷ୍ଠାତାଙ୍କୁ ହତ୍ୟା କରାଯାଇଥିଲା। ହତ୍ୟା ଘଟଣାର ତଦନ୍ତ ପାଇଁ ବଲରାଜ ମାଧୋକଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି। ତିନିମାସ ଧରି ମାଧୋକ ସବୁଆଡେ ଯାତ୍ରା କରି ରିପୋର୍ଟ ପ୍ରସ୍ତୁତ କରିଥିଲେ। ସେ ବାରାଣସୀ ଏବଂ ଅନ୍ୟାନ୍ୟ ସ୍ଥାନକୁ ଯାଇଥିଲେ, କିନ୍ତୁ ରିପୋର୍ଟ ଲୁଚାଇ ରଖାଯାଇଥିଲା। ସେ ଏକ ପୁସ୍ତକ ମଧ୍ୟ ପ୍ରକାଶ କରିଥିଲେ ଯେଉଁଥିରେ ସେ ଏହି ରିପୋର୍ଟ ବିଷୟରେ ସବୁକିଛି ବୁଝାଇଥିଲେ।

ସେ ଆହୁରି ମଧ୍ୟ କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ହତ୍ୟା ପାଇଁ ଆରଏସଏସ ଦାୟୀ। ଆଜି ପର୍ଯ୍ୟନ୍ତ ସେମାନେ ଏଥିପାଇଁ କ୍ଷମା ମାଗି ନାହାଁନ୍ତି। ଆଜି ପର୍ଯ୍ୟନ୍ତ ସେମାନେ କହି ନାହାଁନ୍ତି ଯେ ତାଙ୍କୁ ହତ୍ୟା କରାଯାଇଛି ଏବଂ ଏହା ଆମର ଦୋଷ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?