Posted inଜାତୀୟ

ସମ୍ବିଧାନର ପ୍ରସ୍ତାବନାରୁ ‘ସମାଜବାଦୀ’, ‘ଧର୍ମନିରପେକ୍ଷ’ ଶବ୍ଦ ହଟାଇବାକୁ ଆରଏସଏସ ନେତାଙ୍କ ଦାବି

ନୂଆଦିଲ୍ଲୀ,୨୬।୬: ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟ ହୋସାବଲେ ଗୁରୁବାର ସମ୍ବିଧାନର ପ୍ରସ୍ତାବନାରୁ ‘ସମାଜବାଦୀ’ ଓ ‘ଧର୍ମନିରପେକ୍ଷ’ ଶବ୍ଦ ହଟାଇବା ପାଇଁ ଜୋରଦାର ଦାବି ଉଠାଇଛନ୍ତି। ସେ ଏହା ସହ ୫୦ ବର୍ଷ ତଳେ କଂଗ୍ରେସ ସରକାରଙ୍କ ଦ୍ୱାରା ଜରୁରୀକାଳୀନ ପରିସ୍ଥିତି ଜାରି କରାଯିବାକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି।

୧୯୭୫ ମସିହା ଜୁନ ୨୫ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ୧୯୭୭ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିଥିବା ଏହି ୨୧ ମାସର ସମୟରେ ନାଗରିକ ସ୍ୱାଧୀନତା ସ୍ଥଗିତ ରହିଥିଲା ଏବଂ ବିରୋଧୀ ନେତା ଓ ଗଣମାଧ୍ୟମର ସ୍ୱାଧୀନତା ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ହୋସାବଲେ କହିଛନ୍ତି ଯେ, ଜରୁରୀକାଳୀନ ସମୟରେ କଂଗ୍ରେସ ସରକାର ସମ୍ବିଧାନର ପ୍ରସ୍ତାବନାରେ ‘ସମାଜବାଦୀ’ ଓ ‘ଧର୍ମନିରପେକ୍ଷ’ ଶବ୍ଦ ଯୋଗ କରିଥିଲେ। ଏହି ଶବ୍ଦ ଦୁଇଟି ସମ୍ବିଧାନରେ ରହିବା ଉଚିତ କି ନାହିଁ, ତାହା ଉପରେ ବିଚାର କରିବାର ଆବଶ୍ୟକତା ରହିଛି।

କଂଗ୍ରେସକୁ ଜରୁରୀକାଳୀନ ପରିସ୍ଥିତି ଲଦିଦେବା ପାଇଁ କ୍ଷମା ମାଗିବାକୁ ଦାବି କରି ହୋସାବଲେ କହିଛନ୍ତି, “ଯେଉଁମାନେ ଏପରି କାମ କରିଥିଲେ, ସେମାନେ ଆଜି ସମ୍ବିଧାନର ପ୍ରତିଲିପି ଧରି ବୁଲୁଛନ୍ତି। ସେମାନେ ଏପର୍ଯ୍ୟନ୍ତ କ୍ଷମା ମାଗି ନାହାନ୍ତି। ତୁମର ପୂର୍ବଜମାନେ ଏହା କରିଥିଲେ, ତୁମେ ଦେଶ ପାଇଁ ଏଥିପାଇଁ କ୍ଷମା ମାଗିବା ଉଚିତ।” ଏହି ମନ୍ତବ୍ୟ ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଉଦ୍ଦେଶ୍ୟ କରି କହିଛନ୍ତି।

ଜରୁରୀକାଳୀନ ସମୟକୁ ସ୍ମରଣ କରି ଆରଏସଏସ ନେତା କହିଛନ୍ତି, “ସେହି ସମୟରେ ହଜାର ହଜାର ଲୋକଙ୍କୁ ଜେଲରେ ରଖାଯାଇ ନିର୍ଯାତନା ଦିଆଯାଇଥିଲା। ନ୍ୟାୟପାଳିକା ଓ ଗଣମାଧ୍ୟମର ସ୍ୱାଧୀନତା ମଧ୍ୟ ହରଣ କରାଯାଇଥିଲା। ଏହା ସହ ବହୁ ସଂଖ୍ୟାରେ ଜବରଦସ୍ତି ନସବନ୍ଦୀ କରାଯାଇଥିଲା।”

ହୋସାବଲେଙ୍କ ଏହି ମନ୍ତବ୍ୟ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଦ୍ୱାରା ଜୁନ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରାଯିବାର ପରଦିନ ଆସିଛି। ସରକାର ଏହି ଦିବସକୁ ୧୯୭୫ରୁ ୧୯୭୭ ମସିହା ପର୍ଯ୍ୟନ୍ତ ଅମାନବୀୟ ଯନ୍ତ୍ରଣା ସହିଥିବା ଲୋକଙ୍କର “ବିରାଟ ଅବଦାନ”କୁ ସ୍ମରଣ କରିବା ପାଇଁ ପାଳନ କରିଛନ୍ତି।

ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜରୁରୀକାଳୀନ ପରିସ୍ଥିତିକୁ ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅନ୍ଧକାର ଅଧ୍ୟାୟ ବୋଲି ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ, କଂଗ୍ରେସ ସମ୍ବିଧାନର ମନୋଭାବକୁ ଉଲ୍ଲଂଘନ କରିବା ସହ ଗଣତନ୍ତ୍ରକୁ “ବନ୍ଦୀ” କରିଥିଲା। ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟରେ ମୋଦି କହିଛନ୍ତି, “କୌଣସି ଭାରତୀୟ ସେହି ସମୟକୁ ଭୁଲି ପାରିବେ ନାହିଁ, ଯେତେବେଳେ ସଂସଦର କଣ୍ଠକୁ ରୁଦ୍ଧ କରାଯାଇଥିଲା ଓ ନ୍ୟାୟାଳୟଗୁଡ଼ିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରାଯାଇଥିଲା।”


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?