Posted inଜାତୀୟ

ଭଗବାନଙ୍କ ନିକଟରେ କୌଣସି ଜାତି-ବର୍ଣ୍ଣ ନାହିଁ, ପଣ୍ଡିତମାନେ ଏସବୁ କରିଛନ୍ତି ସୃଷ୍ଟି: ମୋହନ ଭାଗବତ

ମୁମ୍ବାଇ,୬।୨: ଜାତି ଧର୍ମ ସମ୍ବନ୍ଧରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ(ଆରଏସଏସ୍‌)ର ମୁଖ୍ୟ ମୋହନ ଭାଗବତ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ମୁମ୍ବାଇରେ ସେଣ୍ଟ ଶିରୋମଣି ରୋହିଦାସ ଜୟନ୍ତୀ ଉପରେ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ଭାଗବତ କହିଛନ୍ତି, ଆମ ସମାଜ ବିଭାଜନର ଲାଭ ଅନ୍ୟମାନେ ଉଠାଇଥିଲେ। ସେଥିପାଇଁ ଦେଶ ଉପରେ ଆକ୍ରମଣ କରାଯାଇଥିଲା। ଏପରିକି ଏହି କାରଣରୁ ଦେଶ ବାହାରୁ ଆସିଥିବା ଲୋକମାନେ ଆମ ଦେଶକୁ ଶାସନ କରିବାକୁ ଲାଗିଥିଲେ। ଦେଶରେ ହିନ୍ଦୁ ସମାଜ ନଷ୍ଟ ହେବାର ଭୟ ଦେଖୁଛି କି? କୌଣସି ବ୍ରାହ୍ମଣ ଆପଣଙ୍କୁ ଏହି କଥା ବୁଝାଇପାରିବେ ନାହିଁ। ତୁମକୁ ନିଜେ ବୁଝିବାକୁ ପଡିବ। ଆମର ଜୀବିକା ଅର୍ଥ ହେଉଛି ସମାଜ ପ୍ରତି ଦାୟିତ୍ୱ। ଯଦି ପ୍ରତ୍ୟେକ କାର୍ଯ୍ୟ ସମାଜ ପାଇଁ, ତେବେ କିଏ ଉଚ୍ଚ-ନୀଚ୍ଚ କିମ୍ବା ଅଲଗା ହୋଇଗଲେ କିପରି? ଭଗବାନ ସର୍ବଦା କହିଛନ୍ତି ଯେ, ମୋ ପାଇଁ ସମସ୍ତେ ଏକ। ଭଗବାନଙ୍କ ଆଗରେ କୌଣସି ଜାତି, ବର୍ଣ୍ଣ ନାହିଁ, ପଣ୍ଡିତମାନେ ଏସବୁ ବର୍ଗ ତିଆରି କରିଥିଲେ, ଯାହା ଭୁଲ ଥିଲା।
ଆରଏସଏସ ମୁଖ୍ୟ ଆହୁରି ମଧ୍ୟ କହିଛନ୍ତି, ଦେଶରେ ବିବେକ ଏବଂ ଚେତନା ଏକ, ତାହା ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। କେବଳ ମତ ଭିନ୍ନ ଅଟେ। ଆମେ ଧର୍ମ ପରିବର୍ତ୍ତନ କରିବାକୁ ଚେଷ୍ଟା କରିନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri