Posted inଜାତୀୟ

ଆରଆର୍‌ଏସ୍‌ କାର୍ଯ୍ୟକର୍ତ୍ତାଙ୍କୁ ନିର୍ମମ ହତ୍ୟା

ଥିରୁଭାନନ୍ତପୁରମ୍‌,୧୫।୧୧: କେରଳର ପାଲକ୍କଡ ଜିଲାରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ) କାର୍ଯ୍ୟକର୍ତ୍ତାଙ୍କୁ ସୋମବାର ଛୁରି ଭୁସି ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ଜଣଙ୍କ ହେଲେ ୨୭ ବର୍ଷୀୟ ଏସ ସଞ୍ଜିତ। ଏହି ମୃତ୍ୟୁ ପାଇଁ ଭାଜପା ଜିଲା ସଭାପତି କେ.ଏମ ହରିଦାସ ସୋସିଆଲ ଡେମୋକ୍ରାଟିକ ପାର୍ଟି ଅଫ ଇଣ୍ଡିଆର ରାଜନୈତିକ ୱିଙ୍ଗକୁ ଦାୟୀ କରିଛନ୍ତି।
ସୂଚନାଯୋଗ୍ୟ, ସୋମବାର ସକାଳ ପ୍ରାୟ ୯ଟା ବେଳେ ସେ ନିଜ ସ୍ତ୍ରୀଙ୍କ ସହ ଜିଲାର ମାମ୍ରାମ ଅଞ୍ଚଳରେ କାମ କରିବାକୁ ଯାଉଥିବା ବେଳେ ଏକ ଗ୍ୟାଙ୍ଗ ସଞ୍ଜିତଙ୍କୁ ଧରିଥିଲା। ସ୍ତ୍ରୀଙ୍କ ଆଗରେ ତାଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିଲା। ହତ୍ୟା ପରେ ଏହି ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ଏବଂ ପୋଲିସ ତୀକ୍ଷ୍ଣ ନଜର ରଖିଛି। ଘଟଣା ପରେ ଘଟଣାସ୍ଥଳରୁ ପଳାଇଥିବା ଅଭିଯୁକ୍ତକୁ ଖୋଜିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି। ଆରଏସଏସ କର୍ମଚାରୀଙ୍କ ହତ୍ୟାକୁ ନିନ୍ଦା କରି ଭାଜପା ରାଜ୍ୟ ସଭାପତି କେ ସୁରେନ୍ଦ୍ରନ କହିଛନ୍ତି ଯେ, ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଏବଂ ରାଜ୍ୟରେ ଏଭଳି ଘଟଣା ଘଟିବାକୁ ପୋଲିସ ଏବଂ ପିନାରାଇ ବିଜୟନ ନେତୃତ୍ୱାଧୀନ ସରକାରଙ୍କ ବିଫଳତାକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri