ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୪୦୦ ଟଙ୍କାରେ: ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ, ୨ ସପ୍ତାହ ମଧ୍ୟରେ ଜବାବ ତଲବ

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ସଂକ୍ରମଣ ପୁଣି ଫେରିଥିବାବେଳେ ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନୋଟିସ୍‌ ଜାରି କରାଯାଇଛି। ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୪୦୦ ଟଙ୍କାରେ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଆବେଦନ କରାଯାଇଥିଲା। ଏନେଇ କୋର୍ଟ ପକ୍ଷରୁ ସମସ୍ତର ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ନୋଟିସ୍‌ ଜାରି ହୋଇଛି। ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ କମ୍‌ ଦାମ ହେଲେ ଏହା ଦ୍ୱାରା ଲୋକେ ଉପକୃତ ହେବା ସହିତ ଅଧିକ ନମୁନା ପରୀକ୍ଷା କରାଯାଇ ପାରିବ । ଫଳରେ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରିବା ସହଜ ହୋଇ ପାରିବ ବୋଲି ଆଇନଜୀବୀ ଅଜୟ ଅଗ୍ରଓ୍ବାଲାଙ୍କ ପକ୍ଷରୁ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଥିଲା। ଏନେଇ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରୁ ୨ ସପ୍ତାହ ମଧ୍ୟରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଜବାବ ତଲବ କରାଯାଇଛି। ସମ୍ପ୍ରତି ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୯୦୦ରୁ ୨,୮୦୦ ଟଙ୍କା ମଧ୍ୟରେ କରାଯାଉଛି। ଆନ୍ଧ୍ରପ୍ରଦେଶରେ ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ରେ ୧୪,୦୦ ପ୍ରତିଶତ ଲାଭ ରଖାଯାଉଥିବାବେଳେ ଦିଲ୍ଲୀରେ ବିକ୍ରେତା ୧,୨୦୦ ପ୍ରତିଶତ ଲାଭ କରୁଛନ୍ତିି। ଦେଶବ୍ୟାପି ସମାନ ଦାମରେ ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ପାଇଁ କରାଯାଇଥିବା ଏହି ଆବେଦନର ବିଚାର ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ବିଚାରପତି ଏ.ଏସ୍‌. ବୋପନ୍ନା ଏବଂ ଭି. ରାମସୁବ୍ରମଣିଆନ୍‌ଙ୍କ ଦ୍ୱାରାର ଗଠିତ ଖଣ୍ଡପୀଠରେ କରାଯାଉଛି। ଦେଶର ୧୩୫ କୋଟି ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉପଯୁକ୍ତ ଦାମ ନିର୍ଦ୍ଧାରଣ ପାଇଁ ଆବେଦନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri