୧୫ ସୁଦ୍ଧା ସବୁ ଜିଲାରେ ଆର୍‌ଟି-ପିସିଆର୍‌ ଲାବ୍‌

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲାରେ ଚଳିତ ମାସ ୧୫ ତାରିଖ ସୁଦ୍ଧା ଆର୍‌ଟି-ପିସିଆର୍‌ ଟେଷ୍ଟ ଲାବ୍‌ କାର୍ଯ୍ୟକ୍ଷମ ହେବ। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଦ୍ଧା ୧୪ ଜିଲାରେ ଆର୍‌ଟି-ପିସିଆର ଟେଷ୍ଟ ଲାବ୍‌ ରହିଛି। ଆଉ ୧୬ ଜିଲାରେ ଲାବ୍‌ ସ୍ଥାପନ ଲାଗି ଟେଣ୍ଡର ଦିଆସରିଛି। ବିଏସ୍‌ଏଲ୍‌୨ ଲାବୋରେଟୋରି ସ୍ଥାପନ କାମ ଚାଲିଛି। ଉପକରଣ ଓ ଯନ୍ତ୍ରାଂଶ ଲଗାଯାଉଛି। ଅଗଷ୍ଟ ୧୫ ପୂର୍ବରୁ ସବୁ ଲାବ୍‌ ଚାଲୁ ହେବ ବୋଲି ଯୋଜନା ରହିଛି।
ରାଜ୍ୟର ଯେଉଁ ୧୬ ଜିଲାରେ ଲାବ୍‌ ସ୍ଥାପନ ଲାଗି ଯୋଜନା ହୋଇଛି ସେଗୁଡ଼ିକ ହେଲା ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ଯାଜପୁର, ଗଜପତି, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବରଗଡ଼, ରାୟଗଡ଼ା, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼। ପୂର୍ବରୁ ଏହି ଜିଲାଗୁଡ଼ିକରେ ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ନମୁନା ପ୍ରାୟତଃ ଭୁବନେଶ୍ୱର, କଟକ, ବାଲେଶ୍ୱର, ବଲାଙ୍ଗୀର ଓ କୋରାପୁଟକୁ ପଠାଯାଇଥାଏ। ଆର୍‌ଟି-ପିସିଆର୍‌ ରିପୋର୍ଟ ପାଇଁ ୪ରୁ ୫ଦିନ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ୁଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲାବୋରେଟୋରି ସ୍ଥାପନ ପାଇଁ ୨୦କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏବେ ସବୁ ଜିଲାରେ ଲାବ୍‌ କାର୍ଯ୍ୟକ୍ଷମ ହେଲେ ଲୋକେ ରିପୋର୍ଟ ମଧ୍ୟ ଶୀଘ୍ର ପାଇପାରିବେ।
ରାଜ୍ୟରେ କରୋନା ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, କରୋନା ସଂକ୍ରମଣକୁ ଟ୍ବେଣ୍ଟି-ଟ୍ବେଣ୍ଟି ଗେମ୍‌ ଭାବେ ଦେଖନ୍ତୁ ନାହିଁ। କ୍ରମାଗତ ଭାବେ ଗ୍ରାଫ୍‌ ଦେଖିଲେ ସଂକ୍ରମଣ କମୁଛି ବୋଲି ଜାଣିପାରିବେ। ଯେଉଁ ଜିଲାରେ ଆଗରୁ ଅଧିକ ଆକ୍ରାନ୍ତ ବାହାରୁଥିଲେ, ଏବେ ସେଠାରେ ସଂକ୍ରମଣ ଢେର୍‌ କମିଗଲାଣି। ଆତଙ୍କିତ ହେଲା ଭଳି କୌଣସି ଅବସ୍ଥା ନାହିଁ। ଆମର ଜିନମ୍‌ ସିକ୍ୱେନ୍‌ସିଂ କାମ ମଧ୍ୟ ଚାଲିଛି ବୋଲି ଡା. ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri