୧୪ ସ୍ଥାନରେ ହେବ ଆର୍‌ଟି-ପିସିଆର୍‌ ଟେଷ୍ଟ ଲାବ୍‌

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଦ୍ୱିତୀୟ ଲହରର ଭୟାବହତା ଥିବା ବେଳେ ଚଳିତ ମାସ ଶେଷ ଆଡ଼କୁ ତୃତୀୟ ଲହର ଆସିବ ବୋଲି ହାଇଦ୍ରାବାଦ ଓ କାନପୁର ଆଇଆଇଟି ଚେତାବନୀ ଦେଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ଏ ନେଇ ସରକାର ସଚେତନ ଅଛନ୍ତି। ତୃତୀୟ ଲହର ପ୍ରଭାବ ରୋକିବାକୁ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯାଇଛି। ଏଥିଲାଗି ଦୁଇଟି ଜିନିଷ ଆବଶ୍ୟକ। ପ୍ରଥମତଃ ରୋଗୀ ଚିହ୍ନଟ ସହ ସର୍ଭେଲାନ୍ସ ଜାରି ରଖିବା ଏବଂ ଦ୍ୱିତୀୟରେ ଗୁରୁତରଙ୍କର ଠିକ୍‌ ଭାବେ ଚିକିତ୍ସା କରାଯିବା। ରାଜ୍ୟ ସରକାର ଏହି ଦୁଇଟି ଦିଗ ସହ ଟିକାକରଣ ଉପରେ ମଧ୍ୟ ଗୁରୁତ୍ୱ ଦେଉଛନ୍ତି। ସେହିପରି ରାଜ୍ୟର ଆଉ ୧୪ଟି ସ୍ଥାନରେ ଆର୍‌ଟି-ପିସିଆର୍‌ ଟେଷ୍ଟ ଲାବ ସ୍ଥାପନ କରାଯିବ ବୋଲି ସେ ବୁଧବାର ସୂଚନା ଦେଇଛନ୍ତି। ରାଜ୍ୟରେ କରୋନାଜନିତ ମୃତ୍ୟୁ ବୃଦ୍ଧିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଏବେ ଯେଉଁ ମୃତ୍ୟୁ ତଥ୍ୟ ରହୁଛି, ତାହା ପୁରୁଣା ତଥ୍ୟରୁ ଅଡିଟେଡ୍‌ ହୋଇଆସୁଛି। ଯେତେବେଳେ ମହାମାରୀ ଶେଷ ହେବ, ସେତେବେଳେ ହିଁ ବାସ୍ତବ ମୃତ୍ୟୁ ହାର ଜଣାପଡ଼ିବ।
ଅନ୍ୟପକ୍ଷରେ ରାଜ୍ୟରେ ଦୈନିକ ସଂକ୍ରମଣ ହାର ପୁଣି ୨% ଊର୍ଦ୍ଧ୍ୱଗାମୀ ହୋଇଛି। ଗତ ୨୪ଘଣ୍ଟାରେ ୬୫,୨୦୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ୧,୩୧୫ ପଜିଟିଭ୍‌ ବାହାରିଛନ୍ତି। ଫଳରେ ସଂକ୍ରମଣ ହାର ୨.୦୨%ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪୧୩ ଓ କଟକରୁ ୧୯୮ଜଣ ରହିଛନ୍ତି। ବାକି ସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେ ତଳକୁ ରହୁଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୯,୮୨,୧୮୧କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ୬୬ଜଣଙ୍କ କରୋନାଜନିତ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ଏହି ମୃତ୍ୟୁ ସଂଖ୍ୟା ୬,୧୬୮କୁ ବୃଦ୍ଧି ପାଇଛି। ବୁଧବାର ଆଉ ୧,୬୩୦ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୯,୬୩,୭୧୮ରେ ପହଞ୍ଚତ୍ଛି। ବର୍ତ୍ତମାନ ୧୨,୨୪୨ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri