Posted inଜାତୀୟ

ଆରଟିଆଇ ସୂଚନା: ୟୁପିଏ ସରକାରଙ୍କ ସମୟରେ ୪ ହଜାରରୁ ଅଧିକ ଆତଙ୍କବାଦୀଙ୍କୁ ଏନକାଉଣ୍ଟର, ମୋଦିଙ୍କ ଶାସନରେ ଭାଙ୍ଗିଛି ଆତଙ୍କବାଦ ମେରୁଦଣ୍ଡ…

ପୁଣେ,୧୮।୧୦ : ଜମ୍ମୁ-କଶ୍ମୀରରେ ଆତଙ୍କବାଦକୁ ନେଇ ଶୂନ୍ୟ ସହନଶୀଳତା ନୀତି ଆପଣାଇ ବର୍ତ୍ତମାନର କେନ୍ଦ୍ର ସରକାର ଆତଙ୍କବାଦୀ କାର୍ଯ୍ୟକଳାପକୁ ରୋକିଛନ୍ତି। ୨୦୧୪ ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଆତଙ୍କବାଦ ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଛନ୍ତି ଏବଂ ସରକାର ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ କ୍ରମାଗତ ଆଗୁଆ ରହିଛନ୍ତି। ଆରଟିଆଇ ଅଧୀନରେ ମଙ୍ଗଳବାର ଆତଙ୍କବାଦ ସହ ଜଡିତ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି।

ପୂର୍ବ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ଏବଂ ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନଡିଏ ସରକାରଙ୍କ ସମୟରେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିବାର ପରିସଂଖ୍ୟାନ ସାମ୍ନାକୁ ଆସିଛି। ଯେଉଁଥିରେ ୟୁପିଏ ସରକାରଙ୍କ ସମୟରେ ସର୍ବାଧିକ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଯଦିଓ ୟୁପିଏ ସରକାରଙ୍କ ସମୟରେ ଆତଙ୍କବାଦୀ ଆକ୍ରମଣ ଅଧିକ ଘଟିଛି।

ପୁଣେର ବ୍ୟବସାୟୀ ପ୍ରଫୁଲ୍ଲ ସାରଦା ୨୦୦୪ ରୁ ୨୦୨୨ ପର୍ଯ୍ୟନ୍ତ ଦେଶରେ ହୋଇଥିବା ଆତଙ୍କବାଦୀ ଘଟଣାର ବିବରଣୀ ପାଇଁ ଆରଟିଆଇ ଦାଖଲ କରିଥିଲେ। ଏହା ପରେ, ଏହି ଆରଟିଆଇର ଉତ୍ତର ଜମ୍ମୁ-କଶ୍ମୀର ଗୃହ ମନ୍ତ୍ରଣାଳୟର ସିପିଆଇଓ କବୀରରାଜ ସାବରଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ତଥ୍ୟ ଅନୁଯାୟୀ, ୨୦୦୪ରୁ ୨୦୧୩ ମଧ୍ୟରେ ୟୁପିଏ ଶାସନର ୧୦ ବର୍ଷ ମଧ୍ୟରେ ୯,୩୨୧ ଆତଙ୍କବାଦୀ ଆକ୍ରମଣ ହୋଇଥିଲା । ଯେଉଁଥିରେ ୪,୦୦୫ ଆତଙ୍କବାଦୀ ନିହତ ହୋଇଥିଲେ ଏବଂ ୮୭୮ ଜଣଙ୍କୁ ଗିରଫ କରାଯାଇଥିଲା।

ଯେତେବେଳେ କି ୨୦୧୪ ରୁ ଅଗଷ୍ଟ ୨୦୨୨ ମଧ୍ୟରେ ଏନଡିଏର ଶାସନର ଆଠ ବର୍ଷ ଭିତରେ ୨,୧୩୨ ଆତଙ୍କବାଦୀ ଘଟଣା ଘଟିଥିଲା ଯେଉଁଥିରେ ୧,୫୩୮ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଥିଲା ଏବଂ ୧,୪୩୨ ଜଣଙ୍କୁ ଗିରଫ କରାଯାଇଥିଲା। ଆରଟିଆଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ ଗତ ସାଢ଼େ ୧୮ ବର୍ଷ ମଧ୍ୟରେ ୧୧,୪୫୩ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଭାରତୀୟ ସେନା ଏବଂ ଅନ୍ୟାନ୍ୟ ସୁରକ୍ଷା ବାହିନୀ ୫,୫୪୩ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିବା ସହିତ ୨,୩୧୦ ଆତଙ୍କବାଦୀଙ୍କୁ ଗିରଫ କରିଥିଲେ। ୟୁପିଏ ସରକାର ସମୟରେ ୨୦୦୪ ମସିହାରେ ୨,୫୬୫ ଆତଙ୍କବାଦୀ ଘଟଣା ଘଟିଥିବାବେଳେ ୯୭୬ ଆତଙ୍କବାଦୀ ନିହତ ହୋଇଥିଲେ। ୨୦୦୫ ମସିହାରେ ୧,୯୯୦ ଆତଙ୍କବାଦୀ ଆକ୍ରମଣ ହୋଇଥିବାବେଳେ ୮୧୭ ଆତଙ୍କବାଦୀ ନିହତ ହୋଇଥିଲେ। ୨୦୦୬ରେ, ୧,୬୬୭ ଆତଙ୍କବାଦୀ ଘଟଣା ଘଟିଥିବାବେଳେ ୫୯୧ ଆତଙ୍କବାଦୀ ନିହତ ହୋଇଥିଲେ।

ଆରଟିଆଇର ରିପୋର୍ଟ ଅନୁଯାୟୀ, ୟୁପିଏ ସରକାରଙ୍କ ଅମଳରେ ସର୍ବାଧିକ ଆତଙ୍କବାଦୀ ଆକ୍ରମଣର ହୋଇଥିବାବେଳେ ଭାରତୀୟ ସେନା ଏବଂ ସୁରକ୍ଷା ବାହିନୀ ଦ୍ୱାରା ସର୍ବାଧିକ ଆତଙ୍କବାଦୀ ନିହତ ହୋଇଥିଲେ। ସର୍ଜିକାଲ ଷ୍ଟ୍ରାଇକ ପରେ ଭାଜପା ଶାସନରେ ଆତଙ୍କବାଦର ମେରୁଦଣ୍ଡ ଭାଙ୍ଗିବାରେ ସଫଳତା ହାସଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?