Posted inଜାତୀୟ

ଘର ଭଡା ଦେଇନାହାନ୍ତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୦।୨: ସର୍ବପୁରାତନ ଦଳ କଂଗ୍ରେସକୁ ନେଇ ଏକ ବଡ଼ ଖୁଲାସା ହୋଇଛି। ଅନେକ କଂଗ୍ରେସ ନେତା ସରକାରୀ ଭବନ ପାଇଁ ଭଡା ଦେଉନାହାଁନ୍ତି। ଏହି ନେତାଙ୍କ ମଧ୍ୟରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନାମ ମଧ୍ୟ ରହିଛି। ଦିଲ୍ଲୀ ମୁଖ୍ୟାଳୟ ଏବଂ ସୋନିଆ ଗାନ୍ଧୀଙ୍କ ବାସଭବନ ପାଇଁ ପାର୍ଟି ପକ୍ଷରୁ ଦୀର୍ଘ ଦିନ ହେବ ଭଡା ପଇଠ କରାଯାଇନାହିଁ। ସୂଚନା ଅଧିକାର ଅଧୀନରେ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଛି। କେନ୍ଦ୍ର ନଗର ଉନ୍ନୟନ ଓ ଗୃହ ମନ୍ତ୍ରଣାଳୟ ଏକ ଆରଟିଆଇ ଆବେଦନକୁ ଜବାବରେ କହିଛି ଲକ୍ଷ ଲକ୍ଷ ଭଡା ଟଙ୍କା ବାକି ରହିଥିବାବେଳେ ଏପର୍ଯ୍ୟନ୍ତ ଦିଆଯାଉନାହିଁ।ଆରଟିଆଇ କାର୍ଯ୍ୟକର୍ତ୍ତା ସୁଜିତ ପଟେଲଙ୍କ ଆବେଦନକୁ ଦୃଷ୍ଟିରେ ରଖି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।
ବର୍ତ୍ତମାନ କଂଗ୍ରେସ ନେତାମାନଙ୍କୁ ଲଜ୍ଜିତ କରିବା ପାଇଁ ଦାନ ସଂଗ୍ରହ କରି ଭଡା ଦେବା ପାଇଁ ଭାଜପାଏକ ଅଭିଯାନ ଆରମ୍ଭ କରିଛି। ଭାଜପା ନେତା ତେଜିନ୍ଦର ପାଲ ସିଂ ବାଗ୍ଗା କହିଛନ୍ତି, ବକେୟା ଭଡା ଟଙ୍କା ଆଦାୟ କରାଯିବା ପରେ ଏହାକୁ ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଯିବ। ରାଜନୈତିକ ମତଭେଦକୁ ଛାଡି ମୁଁ ତାଙ୍କୁ ଜଣେ ମଣିଷ ଭାବରେ ସାହାଯ୍ୟ କରିବାକୁ ଚାହୁଁଛି। ତେଜିନ୍ଦର ଆଜି ସୋସିଆଲ ମିଡିଆରେ ଏହି ଅଭିଯାନ ଆରମ୍ଭ କରିଛନ୍ତି। #SoniaGandhiReliefFund ଅଭିଯାନ ଆରମ୍ଭ କରି ସେ ସୋନିଆ ଗାନ୍ଧୀଙ୍କ ଆକାଉଣ୍ଟକୁ ୧୦ ଟଙ୍କା ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri