କଟକଣା ବିଜ୍ଞପ୍ତି ବଦଳାଇଲେ ଆର୍‌ଟିଓ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ପ୍ରାୟ ମାସେ ରହିଛି। ଏଭଳି ସ୍ଥଳେ ବରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ସାବୁଆ ମାଝି ସୋମବାର ଏକ ପ୍ରେସ ବିଜ୍ଞପ୍ତି (ନଂ-୨୩୮୪, ତା-୭।୧୦।୨୪) ପ୍ରକାଶ କରିଥିଲେ। ଧାନ ପରିବହନ ଗାଡ଼ିର କାଗଜାତ୍‌ ଠିକ୍‌ ନ ଥିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେଥିରେ ଉଳ୍ଲେଖ ରହିଥିଲା। ଏହା ଜାଣିବା ପରେ ଚାଷୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। କାଗଜାତ୍‌ ଠିକ୍‌ ନ ଥିବା ଅନେକ ହାଇୱା, ଟ୍ରାକ୍ଟର, ଟ୍ରକ୍‌ ଆଦିରେ ବାଲି, ଇଟା, ପଥର, ମୋରମ ଆଦି ପ୍ରତିଦିନ ଚାଲାଣ ହେଉଥିବାବେଳେ ସେଥିପ୍ରତି ଆଞ୍ଚଳିକ ପରିବହନ ବିଭାଗ ଆଖିବୁଜି ଦେଇଥିବା ଚାଷୀନେତାମାନେ ଅଭିଯୋଗ କରିଥିଲେ। ଅନ୍ୟପଟେ ଧାନ ସଂଗ୍ରହ ଅବ୍ୟବହିତ ପୂର୍ବରୁ କେବଳ ଧାନ ପରିବହନ ଗାଡ଼ି ଉପରେ ସେଭଳି କାର୍ଯ୍ୟାନୁଷ୍ଠାନ ନେଇ ଆର୍‌ଟିଓଙ୍କ ପ୍ରେସ ବିଜ୍ଞକ୍ତିକୁ ଚାଷୀ ପ୍ରତିନିିଧିମାନେ ନାପସନ୍ଦ କରିବା ସହିତ ସେହି ବିଜ୍ଞପ୍ତିକୁ ତୁରନ୍ତ ପ୍ରତ୍ୟାହାର କରି ନେବାକୁ ଦାବି କରିଥିଲେ।
ଏହାସହିତ ଚାଷୀନେତା ସୁରେଶ ନେକାଣ୍ଟିଙ୍କ ନେତୃତ୍ୱରେ ମଙ୍ଗଳବାର ଏକ ଚାଷୀ ପ୍ରତିନିଧି ଦଳ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ଆରଟିଓ ମାଝିଙ୍କୁ ଭେଟି ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହାପରେ ଆରଟିଓ ମାଝି ସେହି ବିଜ୍ଞପ୍ତିର ରୂପରେଖ ବଦଳାଇଛନ୍ତି। ନୂତନ ବିଜ୍ଞପ୍ତି (ନଂ.୨୩୮୮, ତା-୮।୧୦।୨୪)ରେ ଧାନ ପରିବହନ ଗାଡ଼ିକୁ ନିର୍ଦ୍ଦିଷ୍ଟ ଭାବେ ଆଉ ଉଲ୍ଲେଖ ନ କରି ଜିଲାରେ ବିନା କାଗଜାତ୍‌ରେ ଚାଲୁଥିବା ଗାଡ଼ି ଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉଲ୍ଲେଖ କରିବା ସହିତ ସମ୍ପୃକ୍ତ ଗାଡ଼ିି ମାଲିକ ସେମାନଙ୍କ ଗାଡ଼ି ଗୁଡ଼ିକର କାଗଜାତ୍‌ ବୈଧ ତଥା ନବୀକରଣ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଆର୍‌ଟିଓ ପ୍ରେସ ବିଜ୍ଞପ୍ତି ବଦଳାଇବା ପରେ ଆଗକୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ବ୍ୟବହୃତ ଗାଡ଼ି ଗୁଡ଼ିକର କାଗଜାତ୍‌ ଠିକ୍‌ ନ ଥିଲେ, ସେଥିପ୍ରତି ଆଞ୍ଚଳିକ ପରିବହନ ବିଭାଗର ନଜର କିଭଳି ରହିବ, ତାହା ସମୟ କହିବ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri