କଟକଣା ସହ ଖୋଲିବ ଆର୍‌ଟିଓ

କଟକ ଅଫିସ,୧୫।୮: କରୋନା ମହାମାରୀ ବେଳେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରୁଥିଲେ ମଧ୍ୟ ସଂକ୍ରମଣ ଭୟରେ ସର୍ବସାଧାରଣଙ୍କ ପାଇଁ ଏଗୁଡ଼ିକ ବନ୍ଦ ରହିଥିଲା। ୫୦ ପ୍ରତିଶତ କର୍ମଚାରୀରେ କାର୍ଯ୍ୟାଳୟ ଚାଲିଥିଲା। କିନ୍ତୁ ଏବେ ସୀମିତ ସେବା ଓ କଟକଣା ଭିତରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ପରିବହନ କାର୍ଯ୍ୟାଳୟଗୁଡ଼ିକ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଶୁକ୍ରବାର ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ବିଜ୍ଞପ୍ତି ଜାରି କରିଛି।
ଡ୍ରାଇଭିଂ ଲାଇସେନ୍ସ, ଲର୍ନର୍ସ ଲାଇସେନ୍ସ ଓ ଯାନବାହନ ସେବା ସମ୍ପର୍କିତ କାର୍ଯ୍ୟ ପାଇଁ ଆର୍‌ଟିଓଗୁଡ଼ିକ ଖୋଲା ରହିବ। ଡିଏଲ୍‌ ଓ ଏଲ୍‌ଏଲ୍‌ ପରୀକ୍ଷା ବର୍ତ୍ତମାନ ପାଇଁ ବନ୍ଦ ରଖାଯାଇଛି। ଆବେଦନକାରୀ ଓ ପ୍ରାଧିକୃତ ବ୍ୟକ୍ତିମାନେ ହିଁ କାର୍ଯ୍ୟାଳୟକୁ ପ୍ରବେଶ କରିପାରିବେ। ଡ୍ରାଇଭିଂ ଲାଇସେନ୍ସ ନବୀକରଣ, ଡ୍ରାଇଭିଂ ଲାଇସେନ୍ସରେ ଠିକଣା ପରିବର୍ତ୍ତନ, ନକଲି ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ, ନାମ ପରିବର୍ତ୍ତନ, ବାୟୋମେଟ୍ରିକ୍‌ରେ ପରିବର୍ତ୍ତନ, କ୍ଲାସ୍‌ ଅଫ୍‌ ଭେଇକିଲ୍‌କୁ ଦାଖଲ ସହ ‘ବାହାନ’ ଏବଂ ଭିସିଆର୍‌ ସଂପର୍କିତ ସମସ୍ତ କାର୍ଯ୍ୟ ଏଣିକି ଆର୍‌ଟିଓରେ ହୋଇପାରିବ। ପୂର୍ବରୁ ଏସବୁ କାର୍ଯ୍ୟ କେବଳ ଅନ୍‌ଲାଇନ୍‌ରେ ହେଉଥିଲା। ପ୍ରତ୍ୟେକ ବ୍ୟକ୍ତିଙ୍କୁ ଡିଏଲ୍‌ ଓ ଏଲ୍‌ଏଲ୍‌ କାର୍ଯ୍ୟ ପାଇଁ ମାତ୍ର ଅଧ ଘଣ୍ଟାର ସ୍ଲଟ୍‌ ଦିଆଯିବ। ସେହିଭଳି ଆର୍‌ସି ସମ୍ପର୍କିତ କାର୍ଯ୍ୟ ପାଇଁ ମଧ୍ୟ କାର୍ଯ୍ୟାଳୟକୁ ପ୍ରବେଶ ଅନୁମତି ଦିଆଯାଇଛି। ମାଲିକାନା ପରିବର୍ତ୍ତନ ଓ ନବୀକରଣ ସହ ଫିଟ୍‌ନେସ୍‌ ସାର୍ଟିଫିକେଟ୍‌ ଏବଂ ହାଇପୋଥିକେସନ୍‌ କାର୍ଯ୍ୟ ବର୍ତ୍ତମାନ ଆର୍‌ଟିଓରେ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri