ବାହାର ରାଜ୍ୟରୁ ଆସିଲେ ଆର୍‌ଟିପିସିଆର୍‌ ବାଧ୍ୟତାମୂଳକ

ଭୁବନେଶ୍ୱର, ୮।୪(ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଏଣିକି ଆର୍‌ଟିପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ। ଯେଉଁମାନେ ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ କ୍ୱାରାଣ୍ଟାଇନରେ ରଖାଯିବ। ରାଜ୍ୟରେ ଦୈନିକ ସଂକ୍ରମଣ ୯ଶହ ମୁହାଁ ହୋଇଥିବା ବେଳେ ଏହାକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି କଡ଼ା ନିୟମ ଲାଗୁ କରାଯାଇଥିବା ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ କହିଛନ୍ତି ।

ଏପରିକି ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କର ବି ଆର୍‌ଟିପିସିଆର ଟେଷ୍ଟ କରାଯିବ ବୋଲି ସେ କହିଛନ୍ତି । ଏହାଛଡ଼ା ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା ଓ ସାନିଟାଇଜର ବ୍ୟବହାର କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସବୁ ସ୍ଥାନରେ ଏହାକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଦିନକୁ ଅଢ଼େଇ ଲକ୍ଷ ଟିକା ଦରକାର । ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇଛି। ଏହାବ୍ୟତୀତ ଆଜି ସାରେ ମୁଖ୍ୟମନ୍ତ୍ରୀଙ୍କର ପ୍ରଧାନମନ୍ତ୍ରୀଙ୍କ ସହ ସମୀକ୍ଷା ଥିବାରୁ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri