ଭଉଣୀ ସହ କ୍ୱାରାଣ୍ଟାଇନ୍‌ର ମଜା ନେଉଛନ୍ତି ବିଗ୍‌ବସ୍‌-୧୪ ଓ୍ବିନର

ଶିମଲା: ଦେଶରେ କରୋନା ସଙ୍କଟ ଜାରି ରହିଥିବା ବେଳେ ଏଥିରୁ କେହି ବର୍ତ୍ତି ପାରୁନାହାନ୍ତି। ସାଧାରଣଜନତାଙ୍କଠାରୁ ଆରମ୍ଭ କରି ରାଜନେତା, ଖେଳାଳି ଓ ଅନେକ ସେଲିିବ୍ରିଟି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଇତିମଧ୍ୟରେ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହୁଥିବା ତଥା ରିୟଲିଟି ଶୋ’ ବିଗ୍‌ବସ୍‌-୧୪ର ବିଜେତା ରୁବିନା ଦିଲେକ ଓ ତାଙ୍କ ଭଉଣୀ ଜ୍ୟୋତିକା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହିମାଚଳ ପ୍ରଦେଶରେ ଥିବା ନିଜ ଘରେ ରୁବିନା ଓ ଜ୍ୟୋତିକା ଏବେ କ୍ୱାରାଣ୍ଟାଇନ୍‌ ଲାଇଫ୍‌ ଜିଉଁଛନ୍ତି।

ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ରୁବିନା ଏବେ ନିଜ ସ୍ବାସ୍ଥ୍ୟବସ୍ଥା ନେଇ ଟିକିନିଖି ଖବର ପ୍ରଶଂସକଙ୍କୁ ଅପଡେଟ୍‌ କରାଉଛନ୍ତି। ଏଥିସହ ପ୍ରାୟ ସମୟରେ ନିଜ କ୍ୱାରାଣ୍ଟାଇନ୍‌ର କେତେଗୁଡ଼ିଏ ଫଟୋକୁ ସେ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଦେଖିବାକୁ ମିଳିଛି। ନିକଟରେ ରୁବିନା ଆଉ ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଦୁଇ ଭଉଣୀ ନିଜ ରୁମ୍‌ରେ ପୋଜ୍‌ ଦେଉଥିବା ବେଳେ ଦୁହେଁ ବେଡ୍‌ରେ ଏକାଠି ଶୋଇଥିବାର ନଜର ଆସିଛନ୍ତି। କେବଳ ସେତିକି ନୁହେଁ ସେମାନଙ୍କ ସମ୍ମୁଖରେ ଆକାଶର ସୁନ୍ଦର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି। ରୁବିନାଙ୍କ ଏହି ଫଟୋରେ ଏପର୍ଯ୍ୟନ୍ତ ୫ଲକ୍ଷରୁ ଅଧିକ ଲାଇକ୍‌ ମିଳିଥିବା ବେଳେ ଅନେକ ସେଲିବ୍ରିଟି ତାଙ୍କର ଆରୋଗ୍ୟ କାମନା କରିବା ସହ ମଜାଳିଆ କମେଣ୍ଟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri