ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସହିତ ଅନେକ ବରିଷ୍ଠ ଅଧିକାରୀମାନେ ଯୋଗଦେଇଛନ୍ତି। ଏହି ଅନ୍ତଃରାଷ୍ଟ୍ରୀୟ ନିବେଶ ସମାବେଶରେ ଦେଶବିଦେଶରୁ ଅନେକ ପ୍ରତିଷ୍ଠିତ ଉଦ୍ୟୋଗୀ ଏବଂ ନିବେଶକମାନେ ସାମିଲ ହୋଇଛନ୍ତି ।

ଓଡ଼ିଶାର ସୁପରିଚିତ ରୁଚି ଫୁଡ୍‌ଲାଇନ’ର ପରିଚାଳନା ନିର୍ଦ୍ଦେଶକ ଅରବିନ୍ଦ ସାହୁ ଓ ନିର୍ଦ୍ଦେଶିକା ରଶ୍ମୀ ସାହୁ ଏଥିରେ ଯୋଗଦେଇ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ କ୍ଷେତ୍ରରେ ଥିବା ସୁଯୋଗ ଏବଂ ସମ୍ଭାବନା ସମ୍ପର୍କରେ ଆଲୋଚନା କରିଛନ୍ତି । ସାହୁ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏବଂ ଶିଳ୍ପ ମନ୍ତ୍ରୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ରାଜ୍ୟ ସରକାରଙ୍କ ଶିଳ୍ପ ବିଭାଗ ନିମନ୍ତ୍ରଣ କ୍ରମେ ରୁଚି ଫୁଡ୍‌ଲାଇନ ଏହି ଅନ୍ତଃରାଷ୍ଟ୍ରୀୟ ଶିଳ୍ପ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ କରିଛି।

 

Dharitri – Odisha’s No.1 Odia Daily

Share