ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ରୁଚି ମସଲା

ଭୁବନେଶ୍ୱର,୧।୫: ରାଜ୍ୟ ପ୍ରମୁଖ ଖାଦ୍ୟପ୍ରକ୍ରିୟାକରଣ ୟୁନିଟ୍‌ ରୁଚି ମସଲା ଜର୍ମାନୀର ଡସେଲଡ଼ର୍ଫଠାରେ ଆୟୋଜିତ ହେବାକୁ ଥିବା ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ଯୋଗ ଦେଉଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟସ୍ତରର ବୃହତ୍‌ ଶିଳ୍ପ ଓ ଉଦ୍ୟୋଗ ପ୍ରଦର୍ଶନୀରେ ଯୋଗଦେବା ପାଇଁ ରୁଚିର ପରିଚାଳନା ନିର୍ଦ୍ଦେଶକ ଡ.ଶରତ କୁମାର ସାହୁ ରବିବାର ଜର୍ମାନୀ ଓ ନେଦରଲାଣ୍ଡ ଗସ୍ତ କରିଛନ୍ତି। ବିଶେଷ କରି ରାଜ୍ୟ ସରକାରଙ୍କ ଦ୍ୱାରା ବିକଶିତ ରାମଦାସପୁର ନୂତନ ଶିଳ୍ପାଞ୍ଚଳଠାରେ ରୁଚିର ଆଉ ଏକ ୟୁନିଟ ପ୍ରତିଷ୍ଠା ହେବାକୁ ଯାଉଛି। ଉଲ୍ଲେଖଯୋଗ୍ୟ ରୁଚି ଶିଳ୍ପାନୁଷ୍ଠାନ ପରିସରରେ ଇଟାଲୀ, ଜାପାନ ଏବଂ ଜର୍ମାନୀର ଉନ୍ନତ ଜ୍ଞାନକୌଶଳ ସହଯୋଗରେ ଏକ ଅତ୍ୟାଧୁନିକ ପାସ୍ତା ଓ ଖାଦ୍ୟପ୍ରକ୍ରିୟାକରଣର ନୂତନ ଉଦ୍ୟୋଗ ପ୍ରତିଷ୍ଠା ହେବାକୁ ଯାଉଛି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରମୁଖ ଶିଳ୍ପୋଦ୍ୟୋଗୀମାନଙ୍କୁ ନେଇ ଜାପାନ ଗସ୍ତରେ ଯାଇଥିଲେ। ଏପରିକି ମୁଖ୍ୟମନ୍ତ୍ରୀଙ୍କ ସହିତ ଡ. ସାହୁ ମଧ୍ୟ ସେଥିରେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଜର୍ମାନୀର ଅତ୍ୟାଧୁନିକ ଜ୍ଞାନକୌଶଳ ସହଯୋଗରେ ୫୦୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ପାଇଁ ‘ରୁଚି’ ପକ୍ଷରୁ ପ୍ରସ୍ତୁତ କରାଯାଉଥିବା ନୂତନ ପ୍ରକଳ୍ପ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ରାଜ୍ୟର ଦ୍ରୁତ ଶିଳ୍ପାୟନର ବିକାଶ କ୍ଷେତ୍ରରେ ରୁଚି ମସଲାର ପ୍ରମୁଖ ଭୂମିକା ରହିଥିଲା ବେଳେ ଡ. ସାହୁ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌ କରି ଏ ନେଇ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ଶିଳ୍ପ ଓ ଔଦ୍ୟୋଗିକ ବିକାଶ କ୍ଷେତ୍ରରେ ରୁଚି ମସଲାର ସହଭାଗିତା ପାଇଁ ମୁଖ୍ୟ ଶାସନ ସଚିବ ସାହୁଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri