ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ରୁଚି ମସଲା

ଭୁବନେଶ୍ୱର,୧।୫: ରାଜ୍ୟ ପ୍ରମୁଖ ଖାଦ୍ୟପ୍ରକ୍ରିୟାକରଣ ୟୁନିଟ୍‌ ରୁଚି ମସଲା ଜର୍ମାନୀର ଡସେଲଡ଼ର୍ଫଠାରେ ଆୟୋଜିତ ହେବାକୁ ଥିବା ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ଯୋଗ ଦେଉଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟସ୍ତରର ବୃହତ୍‌ ଶିଳ୍ପ ଓ ଉଦ୍ୟୋଗ ପ୍ରଦର୍ଶନୀରେ ଯୋଗଦେବା ପାଇଁ ରୁଚିର ପରିଚାଳନା ନିର୍ଦ୍ଦେଶକ ଡ.ଶରତ କୁମାର ସାହୁ ରବିବାର ଜର୍ମାନୀ ଓ ନେଦରଲାଣ୍ଡ ଗସ୍ତ କରିଛନ୍ତି। ବିଶେଷ କରି ରାଜ୍ୟ ସରକାରଙ୍କ ଦ୍ୱାରା ବିକଶିତ ରାମଦାସପୁର ନୂତନ ଶିଳ୍ପାଞ୍ଚଳଠାରେ ରୁଚିର ଆଉ ଏକ ୟୁନିଟ ପ୍ରତିଷ୍ଠା ହେବାକୁ ଯାଉଛି। ଉଲ୍ଲେଖଯୋଗ୍ୟ ରୁଚି ଶିଳ୍ପାନୁଷ୍ଠାନ ପରିସରରେ ଇଟାଲୀ, ଜାପାନ ଏବଂ ଜର୍ମାନୀର ଉନ୍ନତ ଜ୍ଞାନକୌଶଳ ସହଯୋଗରେ ଏକ ଅତ୍ୟାଧୁନିକ ପାସ୍ତା ଓ ଖାଦ୍ୟପ୍ରକ୍ରିୟାକରଣର ନୂତନ ଉଦ୍ୟୋଗ ପ୍ରତିଷ୍ଠା ହେବାକୁ ଯାଉଛି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରମୁଖ ଶିଳ୍ପୋଦ୍ୟୋଗୀମାନଙ୍କୁ ନେଇ ଜାପାନ ଗସ୍ତରେ ଯାଇଥିଲେ। ଏପରିକି ମୁଖ୍ୟମନ୍ତ୍ରୀଙ୍କ ସହିତ ଡ. ସାହୁ ମଧ୍ୟ ସେଥିରେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଜର୍ମାନୀର ଅତ୍ୟାଧୁନିକ ଜ୍ଞାନକୌଶଳ ସହଯୋଗରେ ୫୦୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ପାଇଁ ‘ରୁଚି’ ପକ୍ଷରୁ ପ୍ରସ୍ତୁତ କରାଯାଉଥିବା ନୂତନ ପ୍ରକଳ୍ପ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ରାଜ୍ୟର ଦ୍ରୁତ ଶିଳ୍ପାୟନର ବିକାଶ କ୍ଷେତ୍ରରେ ରୁଚି ମସଲାର ପ୍ରମୁଖ ଭୂମିକା ରହିଥିଲା ବେଳେ ଡ. ସାହୁ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌ କରି ଏ ନେଇ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ଶିଳ୍ପ ଓ ଔଦ୍ୟୋଗିକ ବିକାଶ କ୍ଷେତ୍ରରେ ରୁଚି ମସଲାର ସହଭାଗିତା ପାଇଁ ମୁଖ୍ୟ ଶାସନ ସଚିବ ସାହୁଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?