ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଥିବା ଜଣାପଡ଼ିଛି। ଶନିବାର ରାତି ୧୦ଟାରେ କରୋନା ଆକ୍ରାନ୍ତଙ୍କୁ ସ୍ଥାନାନ୍ତର କରିବା ପାଇଁ ଏନ୍‌ଡିଆର୍‌ଏଫ୍‌ ଗାଡ଼ି ପହଞ୍ଚତ୍ବା ବେଳେ ସେମାନଙ୍କୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଆକ୍ରାନ୍ତ ଓ ସେମାନଙ୍କ ସମ୍ପର୍କୀୟ ହସ୍ପିଟାଲ ପଦାଧିକାରୀଙ୍କୁ ଏଥିପାଇଁ ଦୋଷାରୋପ କରି ଗାଡ଼ିରେ ଆଦୌ ବସି ନ ଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ଠିକ୍‌ ଭାବେ ସାନିଟାଇଜ୍‌ ଓ ଅନ୍ୟ ପଦକ୍ଷେପ ନ ନେବାରୁ ଏଭଳି ପରିସ୍ଥିତି ହୋଇଥିବା କହି ସେମାନେ ହୋହଲ୍ଲା କରିଥିଲେ। ଏପରିକି ପଦାଧିକାରୀଙ୍କୁ ଛୁଇଁ କରୋନାରେ ପକାଇବାକୁ ଧମକ ଦେଇଥିଲେ। ଫଳରେ ବାଧ୍ୟହୋଇ ସ୍ଥିତି ନିୟନ୍ତ୍ରଣ ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷ ପୋଲିସ ଡକାଇଥିଲେ।

ଉଲ୍ଲେଖଯୋଗ୍ୟ, ଗତ ୨୬ ତାରିଖରେ ପ୍ରଥମେ ଏଠାରେ ଭର୍ତ୍ତି ହୋଇଥିବା ଗଞ୍ଜାମ ଅଞ୍ଚଳର ଜଣେ ରୋଗୀ କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଗତ ଜୁନ୍‌ ୨୭ ତାରିଖ ୨ ଜଣ, ୨୯ରେ ୬ ଜଣ, ୩୦ରେ ୭ ଜଣ, ଜୁଲାଇ ୨ରେ ୫୫ ଜଣ ଏବଂ ୩ ତାରିଖରେ ୫ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏଯାବତ୍‌ ଏହି ହସ୍ପିଟାଲରୁ ୧୧୪ ଜଣ କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ସେହିପରି ଏସ୍‌ସିବି ଆେଇସୋଲେଶନ ଓ୍ବାର୍ଡ଼ରୁ ଶନିବାର ୬ ଜଣ ଏବଂ ନ୍ୟୁରୋ ସର୍ଜରୀ ଓ୍ବାର୍ଡରୁ ଜଣେ କର୍ମଚାରୀ କରୋନାର ଶିକାର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri